ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

ପାରଳାଖେମଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ସଦମହକୁମା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ. କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦର ସମେତ କେରାଣ୍ଡି, କତଳକଇଠା, ବାଘଶାଳ, ରାଣୀପେଣ୍ଠ ଓ ସିଧମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୬୭ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୫ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୧୨ ଗୋଟି ଓ ୩ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଏବଂ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ତିନି ଜଣଙ୍କୁ ୧୫ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ ପ୍ରଦାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା, ମୋ ଘର ଯୋଜନା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ସମୟରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ