ଗଜପତି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ

ପାରଳାଖେମଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ଅନ୍ତର୍ଗତ କନେଇପୁର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ଓ ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀଙ୍କ ମିଳିତ ଏହି ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ରାୟଗଡ଼ ବ୍ଲକର କନେଇପୁର, କେରାଣ୍ଡି ଓ ଲକ୍ଷ୍ମୀପୁର ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୧୧୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୧୫ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା ୭୫ଟି, ୨୫ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ଅନ୍ୟ ସବୁ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି ଏବଂ ଜନ ଅଭିଯୋଗ ଶୁଣାଣୀର ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ ।ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଉପଜିଲ୍ଲାପାଳ ଆଲୋକ କୁମାର ପ୍ରଧାନ,ପିଏ.ଆଇଟିଡିଏ ଫାଲଗୁନି ମାଝୀ,ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା ପ୍ରଦୀପ କୁମାର ପାତ୍ର, ତହସିଲଦାର ସୁଶ୍ରୀ ଲୀଳାବତୀ ଆଚାରୀ, ଗୋଷ୍ଟୀ ଉନ୍ନୟନ ଅଧିକାରୀ ରାଜ ରଞ୍ଜିତ ବଳ, ଜିଲ୍ଲା ଜରୁରକାଳୀନ ଅଧିକାରୀ ଜୟଦ୍ରଥ ଆଚାର୍ଯ୍ୟ , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ