ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ସଚେତନତା

ପାରଳାଖେମୁଣ୍ଡି, (ତାରିଣୀ ପଣ୍ଡା) :ମାନ୍ୟବର ଓଡିଶା ରାଜ୍ୟ ଆଇନ ସେବା ପ୍ରାକରଣ, କଟକ ଓ ମାନ୍ୟବର ଜିଲ୍ଲା ଜଜ-ତଥା-ପ୍ରାଧିକରଣ ଅଧ୍ୟକ୍ଷ ସତ୍ୟପୀର ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ମାନବ ଚାଲାଣ ଉପରେ ସ୍ଥାନୀୟ ଜିଲ୍ଲା କୋର୍ଟ ସମ୍ମିଳନୀ କକ୍ଷ ଠାରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି ।  ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରବିଭାଗୀୟ ଅଧିକାରୀ ମାନସ କୁମାର ପଣ୍ଡା, ବରିଷ୍ଠ ଦେୱାନୀ ଅଧିକାରୀ ଦିପଙ୍କର ପଟ୍ଟନାୟକ, ସଚିବ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଗଜପତି ରବି ନାରାୟଣ ବେହେରା, ରେଜିଷ୍ଟାର ସିଭିଲ କୋର୍ଟ ସତ୍ୟବ୍ରତ ରାଣା, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଧିକାରିଣୀ ଶୁଭଲକ୍ଷ୍ମୀ ପ୍ରିୟଦର୍ଶନୀ ଓ ଅତିରିକ୍ତ ଆରକ୍ଷୀ ଅଧିକାରୀ ବାମଦେବ ସିଂ ଯୋଗ ଦେଇ ମାନବ ଚାଲାଣ କିପରି ରୋକାଯାଇପାରିବ ସେ ବିଷୟରେ ଉପସ୍ଥିତ ଜନସାଧାରଣଙ୍କୁ ସଚେତନତା କରାଇଥିଲେ ଓ ପ୍ରାଧିକରଣ ଦ୍ୱାରା ଉପଲବ୍ଧ ହେଉଥିବା ମାଗଣା ଆଇନସେବା ବିଷୟରେ ସଚେତନତା କରାଇବା ସହିତ ତୃଣମୂଳ ସ୍ତରରୁ ସଚେତନତା କରାଇବା ପାଇଁ ପ୍ରାଧିକରଣ ଦ୍ବାରା ନିଆଯାଇଥିବା ବିଭିନ୍ନ ପଦକ୍ଷେପ ବିଷୟରେ ଆଲୋକପାତ କରିଥିଲେ । ଏହା ସହ ମାନବ ଚାଲାଣରେ ଲିପ୍ତ ରହୁଥିବା ଅପରାଧିଙ୍କ ପାଇଁ ସମ୍ବିଧାନରେ ରହିଥିବା ଦଣ୍ଡ ବିଧାନ ଉପରେ ପୁଙ୍ଖାନୁପୁଙ୍ଖ ଭାବେ ସଚେତନତା କରାଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ପୋଲିସ ଅଧିକାରୀ, ଆଇନଜୀବୀ ବୃନ୍ଦ ଓ ପାରା ଲିଗାଲ ସେଚ୍ଛାସେବା ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମକୁ ପ୍ରାଧିକରଣର କର୍ମଚାରୀମାନେ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ