ଗଞ୍ଜାମରୁ ୨୧୮ଟି ପିଜିଟିଭ ଚିହ୍ନଟ
ଛତ୍ରପୁର, (ଓ୍ବାଇଏନ୍ଏସ୍):କରୋନା ଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ୨୪ଘଣ୍ଟାରେ ନୂଆ ୫୭୦ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ହଜାର ୫୨୬ରେ ପହଞ୍ଚିଛି ।ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୩୮୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୮୬ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି । ଏଥିମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୧୮ଟି ପିଜିଟିଭ ମାମଲା ଚିହ୍ନଟ କରାଯାଇଛି । ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୧୯ ଜିଲ୍ଲାରୁ ଏହି ୫୭୦ ଜଣ ନୂଆ ଆକ୍ରାନ୍ତ ବାହାରିଛନ୍ତି ।