ଗଞ୍ଜାମ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ
ଛତ୍ରପୁର, (ଦେବଦତ୍ତ ମହାରଣା):ସ୍ଥାନୀୟ ଜଉଗଡ଼ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଗଞ୍ଜାମ ଜିଲ୍ଲାପାଳ ଓ ଏସପି ଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏଥିରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା, ଗଞ୍ଜାମ ଏସପି ବ୍ରିଜେଶ କୁମାର ରାୟ ଉପସ୍ଥିତ ରହି ବିଭିନ୍ନ ଅଭିଯୋଗ ଗୁଡିକ ଶୁଣାଣୀ କରିଥିଲେ l ସେଥି ମଧ୍ୟ ରୁ ବହୁ ଅଭିଯୋଗ ଗୁଡିକ ସମାଧାନ ହୋଇଥିବା ବେଳେ ବଳକା ଅଭିଯୋଗ ଗୁଡିକ ତୁରନ୍ତ ସମାଧାନ ନିମନ୍ତେ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦିଆଯାଇଛି l ବିଶେଷ କରି ଭତ୍ତା, ରାସନ କାର୍ଡ, ମେଡିକାଲ ସମସ୍ୟା, ଯୋଗ୍ୟ ହିତାଧିକାରୀ ମାନଙ୍କୁ ଗୃହ ପ୍ରଦାନ କରିବା ଏବଂ ଗ୍ରାମ୍ୟ ସମସ୍ୟା ଭଳି ବିଭିନ୍ନ ଅଭିଯୋଗ ଗୁଡିକ ର ଆଜି ଜିଲ୍ଲାପାଳ ଶୁଣାଣୀ କରିଛନ୍ତି l ପ୍ରାରମ୍ଭ ରେ ଦିବ୍ୟାଙ୍ଗ ମାନଙ୍କ ଅଭିଯୋଗ ଗୁଡିକ ଶୁଣାଣୀ ହୋଇଥିଲା l ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭି. କୀର୍ତ୍ତିଭାସନ, ଅତିରିକ୍ତ ଜିଲ୍ଲାପାଳ ଲୀନା କୁମାରୀ ଖେସ, ଛତ୍ରପୁର ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାତ୍ର ଙ୍କ ସମେଟ ବିଭିନ୍ନ ବିଭଗ ର ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l


