ଗଞ୍ଜାମ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୯୮ କୁ ବୃଦ୍ଧି

ଗଞ୍ଜାମ, (ଓ୍ବାଇଏନ୍ଏସ୍):ଗଞ୍ଜାମ ଜିଲ୍ଲାରେ ଆଜି ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୯୮ କୁ ବୃଦ୍ଧି ପାଇଛି । ଗତକାଲି ଜିଲ୍ଲାରେ ସର୍ବାଧିକ ୬୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଗତକାଲି ସଂନ୍ଧ୍ୟା ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ୫୯୭ ଥିଲା । ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକର ସୁରତ ଲିଙ୍କ୍ ରହିଥିବା ଏବଂ ସେ ଅସ୍ଥାୟୀ କ୍ୱାରେଂଟାଇନ ସେଂଟରର ବୋଲି ଜଣାପଡଛି ।ପ୍ରକାଶ ଥାଉ କି, ଅଦ୍ୟାବଧି ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଛଅ ଶହ ଛୁଇଁବାକୁ ବସିଛି । ପୂର୍ବରୁ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଜି ଆଉ ଜଣକର ମୃତ୍ୟୁ ଘଟିଥିବା ନେଇ ସରକାରୀ ସ୍ତରରେ ଘୋଷଣା କରାଯାଇଛି । ଫଳରେ ଗଞ୍ଜାମ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ଏହି ୫୫ ବର୍ଷିୟ ମୃତ ବ୍ୟକ୍ତି ଜଣକ ସୁରତ ଫେରନ୍ତା । ସେ ଯକ୍ଷ୍ମା ଓ ଅନ୍ୟାନ୍ୟ ରୋଗରେ ପୀଡ଼ିତ ଥିଲେ

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ