ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାବେ ବିଜୁ ଜନତା ଦଳର ଅଞ୍ଜଳି ସ୍ୱାଇଁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଛତ୍ରପୁର, (ଦେବଦତ୍ତ ମହାରଣା) :ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାବେ ଧରାକୋଟ 31 ନମ୍ବର ଜୋନ ର ଜିଲ୍ଲା ପରିଷଦ ସଭ୍ୟା ଅଞ୍ଜଳି ସ୍ୱାଇଁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି l ଅଞ୍ଜଳି ସ୍ୱାଇଁ ଙ୍କ ସହିତ ପ୍ରସ୍ତାବକ ଭାବେ 3 ନମ୍ବର ଜୋନ ର ଜିଲ୍ଲା ପରିଷଦ ସଭ୍ୟା ବି. ମନୋଜ ଦୋରା ଓ ସମର୍ଥକ ଭାବେ 44 ନମ୍ବର ଜୋନ ର ଜିଲ୍ଲା ପରିଷଦ ସଭ୍ୟ କଲ୍ୟାଣୀ ପାତ୍ର ଙ୍କ ସହ ଅଞ୍ଜଳି ସ୍ୱାଇଁ ଜିଲ୍ଲା ପରିଷଦ ଅଧ୍ୟକ୍ଷା ପଦବି ନିମନ୍ତେ ନାମାଙ୍କନ ପତ୍ର ଦାଖଲ କରିଥିଲେ l ପୂର୍ବାହ୍ନ 9 ଟାରେ ସ୍ଥାନୀୟ ଶିବ କୁମାର ପଟ୍ଟନାୟକ ରିଡିଙ୍ଗ ରୁମ ଠାରେ ବିଜୁ ଜନତା ଦଳ ପକ୍ଷରୁ ସମସ୍ତ ଜିଲ୍ଲା ପରିଷଦ ସଭ୍ୟ ଓ ସଭ୍ୟା ମାନଙ୍କ ଉପସ୍ଥିତିରେ ଗଞ୍ଜାମ ଜିଲ୍ଲା ବିଜୁ ଜନତା ଦଳର ସଭାପତି ଡାକ୍ତର ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପତ୍ର ରେ ଲେଖାଯାଇଥିବା  ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବି ନିମନ୍ତେ ଅଞ୍ଜଳି ସ୍ୱାଇଁଙ୍କ ନାମ ଘୋଷଣା କରିଥିଲେ l ଏହା ସହ ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟକ ସମସ୍ତ ସଭ୍ୟ ଓ ସଭ୍ୟାଙ୍କ ନିମନ୍ତେ ଜାରି କରାଯାଇଥିବା ହୁଇପ କୁ ପାଠ କରିଥିଲେ l ପରେ ରାଜ୍ୟ ଜଙ୍ଗଲ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ପୂର୍ବତନ ମନ୍ତ୍ରୀ ତଥା ଚିକିଟି ବିଧାୟିକା ଉଷା ଦେବୀ, ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଆସିକା ବିଧାୟିକା ମଞ୍ଜୁଳା ସ୍ୱାଇଁ, ସୋରଡ଼ା ବିଧାୟକ ପୁର୍ଣଚନ୍ଦ୍ର ସ୍ୱାଇଁ, ପୂର୍ବତନ ବିଧାୟିକା ନନ୍ଦିନୀ ଦେବୀ, ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଡ଼ଃ ଗୋପବନ୍ଧୁ ଦାସ ପ୍ରମୁଖ ଅଞ୍ଜଳି ସ୍ୱାଇଁ କୁ ଅଭିନନ୍ଦନ ଜଣାଇଥିଲେ l ପରେ 31 ନମ୍ବର ଜୋନ ଜିଲ୍ଲା ପରିଷଦ ସଭ୍ୟା ଅଞ୍ଜଳି ସ୍ୱାଇଁ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଙ୍କ ନେତୃତ୍ୱରେ ନିଜ ପ୍ରସ୍ତାବକ ଓ ସମର୍ଥକ ମାନଙ୍କ ସହ ଜିଲ୍ଲା ପରିଷଦ ଅଧ୍ୟକ୍ଷା ପଦବି ନିମନ୍ତେ ନାମାଙ୍କନ ପତ୍ର ଦାଖଲ କରିଥିଲେ l
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ