ଗଞ୍ଜାମ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

ଛତ୍ରପୁର, (ୱାଇଏନଏସ୍‌): ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ ରବି ନାରାୟଣ ବେହେରା ଆଜି ଦାୟିତ୍ୱଗ୍ରହଣ କରିଛନ୍ତି । ସେ ୧୯୯୬ ମସିହାରେ ଓଡ଼ିଶା ସୂଚନା ସେବାରେ ଯୋଗଦାନ କରି ପ୍ରଥମେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟପୁର ଠାରେ କାର୍ଯ୍ୟ ଆରମ୍ଭ କରିଥିଲେ । ପରେ ପରେ କୋରାପୁଟ, ଗଞ୍ଜାମ ଜିଲ୍ଲାରେ ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ ସୂଚାରୁ ରୂପେ ଦାୟିତ୍ୱ ତୁଲାଇଥିଲେ । ଏଥି ପୂର୍ବରୁ ଜୟଦେବ ଭବନ ମ୍ୟାନେଜର ଏବଂ ପରେ ପରେ ସୂଚନା ଓ ଲୋକସମ୍ପକ ବିଭାଗରେ ପ୍ରଦର୍ଶନୀ ସଂଗଠକ ଭାବେ ଦାୟିତ୍ୱ ସମ୍ପାଦନ କରିଥିଲେ । ଏହି ଜିଲ୍ଲାର ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଲୋକସମ୍ପର୍କ ଅଧିକାରୀ ଭାବେ ମଧ୍ୟ କାର୍ଯ୍ୟ ସମ୍ପାଦନ କରିଥିଲେ । ଆଜି ଗଞ୍ଜାମ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି । କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ରହି ଶ୍ରୀ ବେହେରାଙ୍କୁ ସ୍ୱାଗତ ଜଣାଇଥିଲେ । ସେ ଜଣେ ଅଭିଜ୍ଞ, ଦାୟିତ୍ୱବାନ, କର୍ତ୍ତବ୍ୟନ୍ଖ୍ର ଓ ମେଳାପି ସ୍ୱଭାବର ଅଧିକାରୀ ଭାବେ ଜଣାଶୁଣା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ