ଛତ୍ରପୁର : ଗଞ୍ଜାମ ପୁଲିସ ଜିଲ୍ଲାର ବିଭିନ୍ନ ଥାନା ଇଲାକାରେ ଲକ୍ଡାଉନ୍ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବର୍ତ୍ତମାନ ସୁଦ୍ଧା ୧୪୭ ଟି ମାମଲାରେ ୩୨୪ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ବୋଲି ଡିଆଇବି ଡିଏସ୍ପି ଅଜୟ କୁମାର ମିଶ୍ର ସୂଚନା ଦେଇଛନ୍ତି ।