ଗଡ଼ିଲା ନିଶା ମୁକ୍ତ ଭାରତ ଅଭିଯାନ ସଚେତନତା ରଥ

ବାଲେଶ୍ୱର, (ସରୋଜ ପଣ୍ଡା):ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରଠାରେ ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଦ୍ୱାରା ନିଶାମୁକ୍ତ ଭାରତ ଅଭିଯାନ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିକାଶ ଉପସ୍ଥିତ ହୋଇ ନିଶାମୁକ୍ତ ସମାଜ ଗଠନ ପାଇଁ ସଚେତନତାର ଆବଶ୍ୟକତା ଉପରେ ଗୁରୁତ୍ୱ ଆରୋପ କରିଥିଲେ । ଏହି ସଚେତନତା ରଥ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ସ୍ଥାନକୁ ଯାଇ ଜନସାଧାରଣଙ୍କୁ ସଚେତନ କରିବ ବୋଲି ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ପ୍ରତିଭା ବେହେରା ପ୍ରକାଶ କରିଥିଲେ । ନିଶା ମୁକ୍ତ ଭାରତ ଅଭିଯାନ ଦ୍ୱାରା ନିଶାର ପ୍ରସାରକୁ ରୋକିବା ପାଇଁ ବାଲେଶ୍ୱର ଜିଲ୍ଲା ପ୍ରଶାସନ ଓ ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ର ମିଳିତ ଆନୁକୂଲ୍ୟରେ ଏହି ପ୍ରଚେଷ୍ଟା ଜାରି ରହିବ ବୋଲି ଶ୍ରୀମତୀ ବେହେରା ମତ ପ୍ରକାଶ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ