ଗଣିଜାଙ୍ଗରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ବନ୍ତ,(ଯୁଗାବ୍ଦ ନ୍ୟୁଜ୍‌) : ବୁଧବାର ବନ୍ତ ବ୍ଲକ ଗଣିଜାଙ୍ଗ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଭଦ୍ରକ ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଯାଇଛି । ସରପଞ୍ଚ ରଞ୍ଜନ କୁମାର ସାହୁଙ୍କ ପୌରହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଭିଜିଲାନ୍ସ ଡି.ଏସ୍‌.ପି ସଞ୍ଜୟ କୁମାର ଦାସ ମହାପାତ୍ର, ବିଡିଓ ରେବେକା ବିଲୁଙ୍ଗ, ସମବାୟ ସମିତିର ସଭାପତି ଜଗନ୍ନାଥ ପାଣିଗ୍ରାହୀ, ବ୍ଲକ ଉପାଧ୍ୟକ୍ଷା ମଞ୍ଜୁଲତା ଜେନା, ଆଇନଜୀବି ଅଣାକର ମଲ୍ଲିକ, ବ୍ଲକ ସାମାଜିକ ସୁରକ୍ଷା ବିଭାଗ ଦାୟୀତ୍ୱରେ ଥିବା ଅଧିକାରୀ ନିଶାକର ଖୁଣ୍ଟିଆ, ଆଇନଜୀବି ବିଷ୍ଣୁ ଚରଣ ମୁଦୁଲି, ନିରାକର ଘଡେଇ ପ୍ରମୁଖ ଯୋଗ ଦେଇ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ଲକ୍ଷ୍ୟ ସଂପର୍କରେ ଆଲୋକପାତ କରିଥିଲେ । ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ କୁମାର ପଣ୍ଡା ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ । ଏଥିରେ ବିଭିନ୍ନ ପଞ୍ଚାୟତରୁ ଆସିଥିବା ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ, ସ୍ୱୟଂ ସହାୟିକ ଗୋଷ୍ଠୀର ମହିଳା, ଅଙ୍ଗନୱାଡି କର୍ମୀ, ଆଶା କର୍ମୀ ଓ ସାଧାରଣଲୋକ ମାନେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ଲକ୍ଷ୍ମୀଧର ଜେନା, ହିମାଂଶୁ ମହାପାତ୍ର, ମହିଧର ନାୟକ, ଅଶୋକ ବେହେରା, ଶରତ ମିଶ୍ର ସହାୟତା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ