ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ, ଜଣେ ଗୁରୁତର

ହିଞ୍ଜିଳିକାଟୁ, (ଶେଷଦେବ ସାହୁ):ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଗ୍ରାମର ୨ ଗୋଷ୍ଠୀଙ୍କ ମଧ୍ୟରେ ଘଟିଛି ତୁମୁଳକାଣ୍ଡ । ଗୋଟିଏ ଗୋଷ୍ଠୀର ସଂଘବଦ୍ଧ ଆକ୍ରମଣରେ ଅପର ଗୋଷ୍ଠୀର ଜଣେ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଆହତ ଜଣକ ସଂପୃକ୍ତ ଗ୍ରାମର ନିଳାମ୍ବର ବେହେରା (୩୪) । ଏଭଳି ଏକ ଘଟଣା ସୋମବାର ହିଞ୍ଜିଳି ଥାନା କାଞ୍ଜିଆମା ଗ୍ରାମରେ ଘଟିଛି । ମିଳିଥିବା ସୂଚନା ଅନୁଯାୟୀ, ସୋମବାର ସନ୍ଧ୍ୟାରେ ହିଞ୍ଜିଳି ଥାନା କାଞ୍ଜିଆମା ଗ୍ରାମର ବଡ଼ସାହିର ଏକ ଗୋଷ୍ଠୀ ଗଣେଶ ମୂର୍ତ୍ତି ବିସର୍ଜନ କରୁଥିଲେ । ଗ୍ରାମ ପରିକ୍ରମା ସମୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଅପର ଗୋଷ୍ଠୀର ଜଣଙ୍କୁ ଅର୍ତକିତ୍ତ ଆକ୍ରମଣ କରିଥିଲେ । ଆକ୍ରମଣରେ ଗ୍ରାମର ନିଳାମ୍ବର ବେହେରା (୩୪)ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ସକାଶେ ୧୦୮ ଆମ୍ବୁଲାନ୍ସ ଯୋଗେ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ଖବର ଲେଖା ହେବା ସୁଦ୍ଧା ଘଟଣା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇନଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ