ଗାଙ୍ଗପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ
ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ଗାଙ୍ଗପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଚଳିତ ବର୍ଷର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଶିବରାମ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ପ୍ରାକ୍ତନ ପଂଚାୟତ ସମିତି ଅଧ୍ୟକ୍ଷ ନୀଳମଣି ବିଷୋୟୀ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ରୂପେ ସ୍ଥାନୀୟ ସରପଞ୍ଚ ପ୍ରତିନିଧି ସୁରେନ୍ଦ୍ର କୁମାର ଡାକୁଆ, ପ୍ରାକ୍ତନ ସିଆରସିସି ବାଳକୃଷ୍ଣ ସାବତ,ପଞ୍ଚାନନ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ କରିଥିଲେ I ପ୍ରଧାନ ଶିକ୍ଷୟିତ୍ରୀ ସୁଷମା କୁମାରୀ ନନ୍ଦ କାର୍ଯ୍ୟକ୍ରମର ଆଭିମୁଖ୍ୟ ସ୍ପଷ୍ଟ କରିଥିଲେ I ସମସ୍ତ କାର୍ଯ୍ୟକ୍ରମକୁ ଶିକ୍ଷକ ଆକୁଳ ସାହୁ ପରିଚାଳନା କରିଥିବା ବେଳେ ଶିକ୍ଷକ ସନିତ୍ କୁମାର ଜେନା ଧନ୍ୟବାଦ ଜ୍ଞାପନ କରିଥିଲେ I କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ ଶିବରାମ ମହାନ୍ତି, ସତ୍ୟନାରାୟଣ ପ୍ରଧାନ,ପ୍ରକାଶ ଚନ୍ଦ୍ର ଗୌଡ଼, ଶିକ୍ଷୟିତ୍ରୀ ସସ୍ମିତା ରାଣୀ ଦାସ, ଅଳକା କୁମାରୀ ମହାପାତ୍ର, ପିଙ୍କି ଦଳାଇ, ଦୀପା ପ୍ରଧାନ,ସ୍ମିତା ନାୟକ ,ନାରାୟଣ ସାହୁ ପ୍ରମୁଖ ସହଯୋଗ କରିଥିଲେ I


