ଗାଙ୍ଗପୁର ପ୍ରାଥମିକ ସ୍ଵାସ୍ଥ୍ୟ କେନ୍ଦ୍ରରେ ଜନା ଆରୋଗ୍ୟ ସମିତିର ପ୍ରଥମ ବୈଠକ
ଗାଙ୍ଗପୁର, (ସନ୍ତୋଷ ବିଶୋଇ) :-ଆଜି ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଜନା ଆରୋଗ୍ୟ ସମିତିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି I ଜନା ଆରୋଗ୍ୟ ସମିତି ଅଧ୍ୟକ୍ଷ ତଥା 48 ନମ୍ବର୍ ଜୋନ୍ ଜିଲ୍ଲାପରିଷଦ ସଭ୍ୟ ସୁଧୀର କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜନା ଆରୋଗ୍ୟ ସମିତି ଉପାଧ୍ୟକ୍ଷ ତଥା ବେଲଗୁଣ୍ଠା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀକ୍ଷକ ଡାକ୍ତର ବାଲୁଙ୍କେଶ୍ୱର ଷଡଙ୍ଗୀ, ଗାଙ୍ଗପୁର ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଆୟୂଷ ଡାକ୍ତର ପାଣ୍ଡବ ସ୍ୱାଇଁ, ଗାଙ୍ଗପୁର ସରପଞ୍ଚ ପ୍ରତିନିଧି ସୁରେନ୍ଦ୍ର କୁମାର ଡାକୁଆ, ପାଇଲିପଡ଼ା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଆୟୂଷ ଡାକ୍ତର ସରୋଜ ପ୍ରଧାନ, ସ୍ୱାସ୍ଥ୍ୟ ପରିଦର୍ଶକ ଶୁଭ୍ରମନ୍ୟୁ କର, ବେଲଗୁଣ୍ଠା ପ୍ରେସ କ୍ଲବ ଉପଦେଷ୍ଟା ସନ୍ତୋଷ କୁମାର ବିଷୋୟୀ, ମହିଳା ସ୍ୱାସ୍ଥ୍ୟକର୍ମୀ ବିନିତା ନାୟକ ,ଏଲ୍.ଏଚ୍.ଭି , ଆଇସିଡିଏସ୍ ସୁପରଭାଇଜର ଝୁନୁଲତା ସ୍ୱାଇଁ ଏବଂ ସଦସ୍ୟ ଧୋବା ନାୟକ, ପ୍ରଫୁଲ୍ଲ କୁମାର ସ୍ୱାଇଁ, କୁମର ବିଷୋୟୀ ପ୍ରମୁଖ ଉପସ୍ଥିତ ରହି ସ୍ୱାସ୍ଥ୍ୟକେନ୍ଦ୍ରର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ I ବିଶେଷ କରି ସ୍ୱାସ୍ଥ୍ୟ କେନ୍ଦ୍ରର ପାଚେରୀ କାନ୍ଥ ନିର୍ମାଣ, ସମ୍ମୁଖ ଫାଟକରେ ନାମ ଫଳକ ନିର୍ମାଣ, ସ୍ୱାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ପଦବୀ ପୂରଣ, ବର୍ଜ୍ୟବସ୍ତୁ ପରିଚାଳନା ଏବଂ ସରକାରୀ ଅନୁଦାନର ସଠିକ୍ ବିନିଯୋଗ ସମ୍ପର୍କରେ ଆଲୋଚନା କରାଯାଇଥିଲା I ବିପିଏମ୍ ଦୁର୍ଗାପ୍ରସାଦ ପଟ୍ଟନାୟକ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହିତ ଧନ୍ୟବାଦ ଜ୍ଞାପନ କରିଥିଲେ I