ଗାଡିଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି, (ତାରିଣୀ ପଣ୍ଡା) :-ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଠାରେ ଘଟିଥିବା ଏକ ସଡକ ଦୁର୍ଘଟଣାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଥିବାର ଜଣାପଡିଛି । ଘଟଣାରୁ ପ୍ରକାଶ ଯେ, ବୁଧବାର ସନ୍ଧ୍ୟା ପ୍ରାୟ ୭ଘଣ୍ଟା ସମୟରେ ସ୍ଥାନୀୟ ନୂଆବସ୍‌ଷ୍ଟାଣ୍ଡ ନିକଟରେ ଗୋଟିଏ ଗାଡି ସୁବାଷନଗରର ବିଜୟଲକ୍ଷ୍ମୀ ଆମ୍ପୁଲୁ (୬୦)ଙ୍କୁ ଧକ୍କା ଦେଇଥିଲା । ଦୁର୍ଘଟଣା ପରେ ବୃଦ୍ଧାଙ୍କୁ ସ୍ଥାନୀୟ ଲୋକେ ତୁରନ୍ତ ସ୍ଥାନୀୟ ଜିଲ୍ଲା ମୁଖ୍ୟଚିକିତ୍ସାଳୟକୁ ଚିକିତ୍ସା ନିମନ୍ତେ ଭର୍ତ୍ତି କରିଥିଲେ । ତେବେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ଠାରେ ଥିବା ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା । ହେଲେ ସେ ଚିକିତ୍ସିତ ଅବସ୍ଥାରେ ବ୍ରହ୍ମପୁର ଡାକ୍ତରଖାନାରେ ମୃତ୍ୟୁବରଣ କରିଥିଲେ । ମୃତ ବୃଦ୍ଧାଙ୍କ ଶବ ବ୍ୟବଚ୍ଛେଦ ହେବାପରେ ତାଙ୍କ ପରିବାରବର୍ଗକୁ ହସ୍ତାନ୍ତର କରାଯାଇଥିବାର ଜଣାପଡିଛି । ଏନେଇ ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ୧୩୭/୨୨ରେ ଏକ ମାମଲା ରୁଜୁ କରାଯାଇ ଅଧିକା ତଦନ୍ତ କରାଯାଉଥିବାର ଥାନା ଅଧିକାରୀ ବିବେକାନନ୍ଦ ସ୍ୱାଇଁ ସୂୂଚନା ଦେଇଛନ୍ତି । ଅନ୍ୟପକ୍ଷରେ ଧକ୍କା ଦେଇଥିବା ଗାଡି ଚାଳକ ଜଣକ ଫେରାର ଥିବାର ମଧ୍ୟ ସୂଚନା ମିଳିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ