ଗାନ୍ଧୀ ଓ ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି: ୧୫୦ତମ ଜୟନ୍ତୀରେ ୧୫୦ ଟଙ୍କିଆ ସ୍ୱତନ୍ତ୍ର ମୁଦ୍ରା ଉନ୍ମୋଚିତ

ନୂଆଦିଲ୍ଲୀ: ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀରେ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପ ରାଷ୍ଟ୍ରପତି ଭେଙ୍କେୟା ନାଇଡ଼ୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଭୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ବାପୁଙ୍କୁ ରାଜଘାଟଠାରେ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ଲୋକଙ୍କୁ ଗାନ୍ଧୀ ସତର୍କ କରାଇଥିବା ୭ଟି ବିକାର ସମ୍ପର୍କରେ ସୂଚନା ଦେଇଥିଲେ । ଏହାପରେ ମୋଦୀ ବିଜୟ ଘାଟ ଯାଇ ଶାସ୍ତ୍ରୀଙ୍କ ସମାଧିପୀଠରେ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଉପରାଷ୍ଟ୍ରପତି ଏହି ଅବସରରେ ଲୋକମାନେ ସେମାନଙ୍କ ଦେ?ନନ୍ଦିନ ଜୀବନରେ ଗାନ୍ଧୀଙ୍କର ନୀତିକୁ ପାଳନ କରିବା ପାଇଁ ପରାମର୍ଶ ଦେଇଛନ୍ତି । ଏଥିସହିତ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଏବଂ ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡ଼ଭାନୀ ଓ ତାଙ୍କ ଝିଅ ପ୍ରତିଭା ଆଡ଼ଭାନୀ ଗାନ୍ଧୀଙ୍କୁ ରାଜଘାଟଠାରେ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି । ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ସଂସଦ ପରିସରରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ଅହମଦାବାଦ: ଜାତିର ପିତା ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମାଦୀ ଆଜି ଏକ ୧୫୦ ଟଙ୍କିଆ ସ୍ମାରକୀ ମୁଦ୍ରା ଉନ୍ମାଚନ କରିଛନ୍ତି । ଗାନ୍ଧୀଜିଙ୍କ ସାବରମତୀ ଆଶ୍ରମ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଏହି ସ୍ୱତନ୍ତ୍ର ମୁଦ୍ରା ଉନ୍ମୋଚିତ କରିଛନ୍ତି । ସାବରମତୀ କୂଳରେ ଅନୁଷ୍ଠିତ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ମିଳିତ ଜାତିସଂଘ ମହାତ୍ମାଙ୍କ ଜୟନ୍ତୀକୁ ଉତ୍ସାହର ସହ ପାଳନ କରୁଛି । କିଛିଦିନ ତଳେ ଜାତିସଂଘ ମହାତ୍ମାଙ୍କ ସ୍ମୃତିରେ ଏକ ଡାକଟିକଟ ଉନ୍ମୋଚନ କରିଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ