ଗାନ୍ଧୀ ସଂକଳ୍ପ ପଦଯାତ୍ରାରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବ୍ରହ୍ମଗିରି, – ମହାତ୍ମା ଗାନ୍ଧୀ ସ୍ୱରାଜ୍ୟ ପାଇଁ ଲଢେଇ କରିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ ସୁରାଜ ପ୍ରତିଷ୍ଠା ପାଇଁ ଚେଷ୍ଟିତ । ଗାନ୍ଧୀଙ୍କ ସର୍ବୋଦୟ ହିଁ ନରେନ୍ଦ୍ର ମୋଦିଙ୍କ ଗରିବ କଲ୍ୟାଣ ବୋଲି ପୁରୀ ବ୍ରହ୍ମଗିରି ଠାରେ ଆୟୋଜିତ ବିଜେପି ଗାନ୍ଧୀ ସଂକଳ୍ପ ପଦଯାତ୍ରାରେ ସାମିଲ ହୋଇ ସେଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେହିପରି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ଫନୀ ସହାୟତାସ୍ୱରୂପ ମୋଦି ଦେଇଥିବା ଟଙ୍କା ସବୁ ଗରିବଙ୍କ ପାଖରେ ପହଁଚୁ । ଏଥିପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ଧ୍ୟାନ ଦେବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି ।ଗରିବ ମା’ ଘରେ ଉଜ୍ଜ୍ୱଳା ମାଧ୍ୟମରେ ସ୍ୱଚ୍ଛ ଇନ୍ଧନ ପହଁଚାଇ ତା’ ଆଖିର ଲୁହ ପୋଛିବା ହେଉ କି ସ୍ୱଚ୍ଛ ଭାରତ ଅଭିଯାନରେ ଗରିବ ଘରେ ପାଇଖାନା, ଗରିବଙ୍କ ମୁଣ୍ଡ ଉପରେ ପକ୍କା ଘର ଅଥବା ଆୟୁଷ୍ମାନ ଯୋଜନା ମାଧ୍ୟମରେ ଦାରିଦ୍ର‌୍ୟ, ବଂଚିତ, ନିଷ୍ପେସିତ ଓ ଅବହେଳିତଙ୍କ ସ୍ୱାସ୍ଥ୍ୟସେବା ହେଉ, ସୁକନ୍ୟା ସମୃଦ୍ଧି ଯୋଜନା ହେଉ, ସବୁଠି ବାପୁଙ୍କ ସ୍ୱପ୍ନକୁ ସାର୍ଥକ କରିବା ପାଇଁ ମୋଦି ସରକାର ଅଙ୍ଗୀକାରବଦ୍ଧ । ଗାନ୍ଧୀଙ୍କ ବିଚାରକୁ ଘରେ ଘରେ ପହଁଚାଇବାର ଦାୟିତ୍ୱ ସମସ୍ତଙ୍କ ପାଖରେ ରହିଛି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି । ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ହେବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ଦେଶବ୍ୟାପୀ ଗାନ୍ଧୀ ସଂକଳ୍ପ ପଦଯାତ୍ରା ଆୟୋଜିତ ହୋଇଯାଇଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ୱାନ କ୍ରମେ ଭାରତକୁ ସିଙ୍ଗିଲ୍ ୟୁଜ୍ ପ୍ଲାଷ୍ଟିକ୍ ବା ଥରେ ମାତ୍ର ବ୍ୟବହାର ହେଉଥିବା ପ୍ଲାଷ୍ଟିକ୍ ପ୍ରଭାବରୁ ଦେଶକୁ ମୁକ୍ତ କରିବା,ପରିବେଶ ସୁରକ୍ଷା, ପ୍ଲାଷ୍ଟିକ ବଦଳରେ କାଗଜ ଓ କପଡା ବ୍ୟାଗ୍ ବ୍ୟବହାର କରିବା, ଗଛ ଲଗାଇବା, ଜଳ ସଂରକ୍ଷଣ କରିବା
ସହ ଜନ ଆନ୍ଦୋଳନ ତିଆରି କରିବାର ଆବଶ୍ୟକତା ରହିଛି । ଆଜିର ପଦଯାତ୍ରା ଏଥିପାଇଁ ସଚେତନତାର ବାର୍ତା ଦେବ
ବୋଲି ସେ କହିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ