ଗୁମ୍ମା ବ୍ଲକରେ ଜନସମ୍ପର୍କ ପଦଯାତ୍ରା
ପାରଳାଖେମୁଣ୍ଡି, (ତାରିଣୀ ପଣ୍ଡା):ଆଜି ଗଜପତି ଜିଲ୍ଲା ଗୁମ୍ମା ବ୍ଲକରେ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଟିତ ହୋଇଯାଇଛି । ଏହି ଅବସରରେ ଗଜପତି ଜିଲ୍ଲାର ବିଜେଡ଼ି ବରିଷ୍ଟ ନେତା ତଥା ହାଇଟେକ ଗ୍ରୁପ ଅଧ୍ୟକ୍ଷ ଡ.ତିରୁପତି ପାଣିଗ୍ରାହୀ , ଗଜପତି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଗବରା ତିରୁପତି ରାଓ , ଜିଲ୍ଲା ସଭାପତି ଶ୍ରୀ ପ୍ରଦୀପ ନାୟକ, ଗୁମା ବ୍ଲକ ଅଧ୍ୟକ୍ଷା ଶ୍ରୀମତି ସୁନେମି ମଣ୍ଡଲ, ବିଜେଡ଼ି ବରିଷ୍ଟ ନେତା ବସନ୍ତ ଦାସ , ସମସ୍ତ ପଞ୍ଚାୟତ ର ସରପଞ୍ଚ ଓ ସମିତି ସଭ୍ୟ ଏବଂ ବହୁ ଯୁବ ଛାତ୍ର ମହିଳା, ବହୁ ସଂଖ୍ୟାରେ ଜନ ସାଧାରଣ ଯୋଗଦେଇ ପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା କରାଯାଇଥିବା ବିକାଶ ମୂଳକ କାର୍ଯ୍ୟର ବାର୍ତ୍ତା ଘରେ ଘରେ ପହଞ୍ଚାଇଥିଲେ।


