ଗୁରୁ ଦିବସକୁ କଳା ଦିବସ ପାଳିବେ ଶିକ୍ଷକ, କର୍ମ•ରୀ ସଂଘ

ଭୁବନେଶ୍ୱର : ସରକାର ସମସ୍ୟା ନଶୁଣିଲେ ଗୁରୁ ଦିବସକୁ କଳା ଦିବସ ପାଳିବେ ବୋଲି ବେସରକାରୀ ଅନୁଦାନ ଓ ଅଣ ଅନୁଦାନ ଶିକ୍ଷକ ଏବଂ ଅଣ ଶିକ୍ଷକ କର୍ମ•ରୀ ସଂଘ ପକ୍ଷରୁ କୁହାଯାଇଛି । ବିଭିନ୍ନ କଲେଜରେ ୧ଜୁନ୍ ୨୦୦୮ମସିହାରୁ ୩୦ନଭେମ୍ବର ୨୦୧୩ ମସିହା ପର୍ଯ୍ୟନ୍ତ ସରକାରୀ ଅନ୍ତର୍ଭୁକ୍ତ ହୋଇନଥିବା ଅଧ୍ୟାପକ, ଅଧ୍ୟାପିକା ଓ କର୍ମ•ରୀମାନେ ସାମ୍ବାଦିକ ସମ୍ମିଳନୀରେ ସରକାରଙ୍କୁ ଏହି ଚେତାବନୀ ଦେଇଛନ୍ତି । ସେମାନେ କହିଛନ୍ତି ଯେ, ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଆମ୍ଭେ ବିଭିନ୍ନ ମହାବିଦ୍ୟାଳୟ ଦ୍ୱାରା ନିଯୁକ୍ତି ପାଇଛୁ । ଓଡ଼ିଶାର ପ୍ରାୟ ୩ ଶହ ମହାବିଦ୍ୟାଳୟର ୩ହଜାର ଅଧ୍ୟାପକ, ଅଧ୍ୟାପିକା ଓ କର୍ମ•ରୀମାନେ ସ୍ୱଳ୍ପ ବେତନରେ ଦୀର୍ଘ ୧୧ବର୍ଷ ହେଲା କାର୍ଯ୍ୟ କରୁଛୁ । ସରକାରଙ୍କ ନିୟମ ଅନୁଯାୟୀ ୭ ଘଣ୍ଟା କାର୍ଯ୍ୟ କରିବା ସହ ବାୟାମେଟ୍ରିକ୍ ଦେଉଅଛୁ । ଏଥି ସହ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମ•ରୀଙ୍କ ସ୍ଥାୟିତ୍ୱ ପାଇଁ ରାଜ୍ୟ ସରକାରଙ୍କୁ ତାଲିକା ପ୍ରଦାନ କରାଯାଇଛି । ଅଥଚ ସରକାର ଏମାନଙ୍କ ସମସ୍ୟା ପ୍ରତି ଅବଗତ ଥିଲେ ମଧ୍ୟ ଉଚ୍ଚ ଶିକ୍ଷା ନିର୍ଦ୍ଦେଶାଳୟ ଏମାନଙ୍କୁ ସରକାର ଅନ୍ତର୍ଭୁକ୍ତ କରିନାହଁନ୍ତି । ୧ ଜୁନ୍ ୨୦୦୮ ମସିହାରୁ ୩୦ନଭେମ୍ବର ୨୦୧୩ ପର୍ଯ୍ୟନ୍ତ ସରକାରୀ ଅନ୍ତର୍ଭୁକ୍ତ ହୋଇନଥିବା ଅଧ୍ୟାପକ, ଅଧ୍ୟାପିକା ଓ କର୍ମ•ରୀମାନଙ୍କୁ ସରକାରୀ ଅନ୍ତର୍ଭୁକ୍ତ କରିବା, ଚାକିରୀ ସର୍ତ୍ତାବଳୀ ସହିତ ପୂର୍ଣ୍ଣ ଅନୁଦାନ ଦାବି କରାଯାଇଛି । ନଚେତ୍ ସଂଘ ପକ୍ଷରୁ ଆଗାମୀ ଦିନରେ ବଡ଼ ଆନ୍ଦୋଳନ କରାଯିବ ବୋଲି ଘୋଷଣା କରାଯାଇଛି । ଆସନ୍ତା ଗୁରୁ ଦିବସକୁ କଳା ଦିବସ ପାଳନ କରିବେ ବୋଲି ସଂଘର ସଭାପତି ଡ଼ ଦେବ ବିଜୟୀ ମିଶ୍ର, ସାଧାରଣ ସମ୍ପାଦକ ଅଭୟ କୁମାର ପ୍ରଧାନ, କୋଷାଧ୍ୟକ୍ଷ ଦିବ୍ୟକାନ୍ତ ତିପାଠୀ, ଆବାହକ ବିମଳ ଚନ୍ଦ୍ର ନନ୍ଦୀ, ରଜ୍ୟ ସଂଯୋଜକ ସନ୍ତୋଷ କୁମାର ରାୟ ପ୍ରମୁଖ ଏହି ଚେତାବନୀ ଦେଇଛନ୍ତି । ଯଦିଓ ୩୦.୧୧.୨୦୧୩ ମସିହା ପରେ ନିଯୁକ୍ତି ପାଇଥିବା ଅଧ୍ୟାପକ ଓ କର୍ମ•ରୀ ସରକାରୀ ଅନ୍ତର୍ଭୁକ୍ତ ହୋଇପାରିବେ ନାହିଁ ତେଣୁ ସେମାନେ ଗୁରୁ ଦିବସକୁ କଳା ଦିବସ ପାଳିବ ନାହିଁ ବୋଲି ଘୋଷଣା କରିଛନ୍ତି । ତେବେ ୧ ଜୁନ୍ ୨୦୦୮ ମସିହାରୁ ୩୦ ନଭେମ୍ବର ୨୦୧୩ ମସିହା ପର୍ଯ୍ୟନ୍ତ ସରକାରୀ ଅର୍ନ୍ତଭୁକ୍ତ ହୋଇନଥିବା ଅଧ୍ୟାପକ, ଅଧ୍ୟାପିକା ଓ କର୍ମ•ରୀଙ୍କୁ ସରକାରୀ ଅନ୍ତର୍ଭୁକ୍ତ କରିବା, •କିରୀ ସର୍ତ୍ତାବଳୀ ସହ ପୂର୍ଣ୍ଣ ଅନୁଦାନ ଦାବିରେ ଆସନ୍ତା ଗୁରୁ ଦିବସକୁ କଳା ଦିବସ ରୂପେ ପାଳନ କରିବେ ବୋଲି ସୂଚନା ମିଳିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ