ଗୁରୁ ନାନାକ୍‌ଙ୍କର ୫୫୦ ତମ ଜୟନ୍ତୀ ପାଳନ

ଛତ୍ରପୁର,: ସ୍ଥାନୀୟ ଶ୍ରୀରାମନଗର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ନାନକ୍‌ଙ୍କର ୫୫୦ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଦକ୍ଷିଣ-ପୂର୍ବ ସମ୍ଭାଗ ଶିଶୁ ବାଟିକା ଶୈକ୍ଷିକ ସଂଯୋଜକ ନାରାୟଣ ପାଣିଗ୍ରାହୀ ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । ପ୍ରଧାନାଚାର୍ଯ୍ୟ ରବୀନ୍ଦ୍ର ନାଥ ଦାଶ ଅତିଥି ପରିଚୟ ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ବରିଷ୍ଠ ଆଚାର୍ଯ୍ୟ ସୁକାନ୍ତ କୁମାର ସାହୁ ଅଭିଭାଷଣ ରଖିଥିବା ବେଳେ ସୁରେଶ କୁମାର ଆଚାରୀ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଅପରାହ୍ନ ୪ ଟା ରେ ୧୦ ମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କର ଉନ୍ନତି କାମନା ନିମନ୍ତେ ଅଭିଭାବକ ସମ୍ମିଳନୀ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ