ଗୋଟିଏ ଗାଁରୁ ୭୪ ପଜିଟିଭ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଗୁଣପୁର ବ୍ଲକ ଅନ୍ତର୍ଗର୍ତ ବିଜୟପୁର ଗାଁରୁ ଦିନକରେ ୭୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜିର ୭୪ଜଣଙ୍କୁ ମିଶାଇ କେବଳ ବିଜୟପୁର ଗାଁରୁ ୯୦ ପଜିଟିଭ ଚିହ୍ନଟ ହୋଇଛନ୍ତି । ରାୟଗଡ଼ା ଜିଲ୍ଲାରେ ମୋଟ ୧୧୫ ଆକ୍ରାନ୍ତ ଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି । ପ୍ରକାଶ ଯେ, ଶୁକ୍ରବାର ରାଜ୍ୟରେ ୫୬୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ୫୬୧ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୪୨୫ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଥିବା ବେଳେ ୧୩୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ