ଗୋଟେ ଦିନର ଦରମା ଦେଲେ ଉପଜିଲ୍ଲାପାଳ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ
ଭଞ୍ଜନଗର,(ସନ୍ତୋଷ କୁମାର ଜେନା):କୋରନା ମୁକାବିଲା କୁ ନେଇ ସରକାରଙ୍କ ପକ୍ଷରୁ ସାରା ଦେଶରେ ଲକ୍ ଡାଉନ ଘୋଷଣା କରାଯାଇଛି। ଜନସାଧାରଣ ମଧ୍ୟ ସଚେତନ ହୋଇ ସରକାର ଙ୍କୁ ପୂର୍ଣ୍ଣ ସମର୍ଥନ ଜଣାଇଛନ୍ତି। ଫଳରେ ଏଭଳି ପରିସ୍ଥିତି ରେ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କୁ ସାହାର୍ଯ୍ୟ କରିବାକୁ ଯାଇ ଦେଶର ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବହୁ ବଦାନ୍ୟ ବ୍ୟକ୍ତି, ଶିଳ୍ପ ସଂସ୍ଥା, ସରକାରୀ କର୍ମଚାରୀ ଓ ବିଭିନ୍ନ ସଂଘଠନ ସହାୟତାର ହାତ ବଢ଼ାଇ ଚାଲିଥିବାବେଳେ କରୋନା ମୁକାବିଲା ପାଇଁ ଭଞ୍ଜନଗର ଉପଜିଲ୍ଲାପାଳ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ଗୋଟିଏ ଦିନର ଦରମା ଅର୍ଥ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି କୁ ପ୍ରଦାନ କରିଛନ୍ତି | କାର୍ଯ୍ୟାଳୟ ରେ କାର୍ଯ୍ୟରତ ଉପଜିଲ୍ଲାପାଳଙ୍କ ସମେତ ସମସ୍ତ କର୍ମଚାରୀ ଗୋଟିଏ ଦିନର ଦରମା ଅର୍ଥ ୩୮ ହଜାର ୨ ସହ ୫୦ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି | ଏହି ଅର୍ଥ ରାଜ୍ୟରେ ମାରାତ୍ମକ କରୋନା ମୁକାବିଲା ନିମନ୍ତେ ପ୍ରସ୍ତୁତି ଓ ପୀଡିତଙ୍କ ଚିକିତ୍ସାରେ ସହାୟକ ହେବ ବୋଲି ଭଞ୍ଜନଗର ଉପଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ କହିଛନ୍ତି