ଗୋପାଳପୁର ସେନା ପ୍ରତିରକ୍ଷା ବାହିନୀ କୁକଲର୍ସ ସମ୍ମାନ ପ୍ରଦାନ କଲେ ରାଷ୍ଟ୍ରପତି

ଗୋପାଳପୁର ସେନା ପ୍ରତିରକ୍ଷା ବାହିନୀ କୁକଲର୍ସ ସମ୍ମାନ ପ୍ରଦାନ କଲେ ରାଷ୍ଟ୍ରପତି
ଗୋପାଳପୁର ସେନା ପ୍ରତିରକ୍ଷା ବାହିନୀ କୁକଲର୍ସ ସମ୍ମାନ ପ୍ରଦାନ କଲେ ରାଷ୍ଟ୍ରପତି

ଭାରତର ମାନନୀୟ ରାଷ୍ଟ୍ରପତି ତଥା ଭାରତୀୟ ସଶସ୍ତ୍ର ସେନାବାହିନୀର ସର୍ବୋଚ୍ଚକମାଣ୍ଡର ଶ୍ରୀରାମନାଥ କୋବିନ୍ଦ ୨୮ ସେପ୍ଟେମ୍ବର ୨୦୧୯ରେ ଗୋପାଳପୁର ସେନା ଷ୍ଟେସନ ଠାରେ ସେନା ବାୟୁ ପ୍ରତିରକ୍ଷା ବାହିନୀକୁ ରାଷ୍ଟ୍ରପତି କଲର୍ସ ସମ୍ମାନରେ ସମ୍ମାନିତ କରିଛନ୍ତି । ସ୍ୱାଧୀନ ବାହିନୀ ଭାବେ ୨୫ ବର୍ଷର ଉଲ୍ଲେଖନୀୟ ସେବା ଲାଗି ସେନା ବାୟୁ ପ୍ରତିରକ୍ଷା ବାହିନୀକୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଆର୍ମୀ ଏଡିକେନ୍ଦ୍ରର ଲେଫ୍ଟନାଂଟ ବିବେକ ବିଜୟ ମୋରେ ସେନା ବାୟୁ ପ୍ରତିରକ୍ଷା ବାହିନୀ ପକ୍ଷରୁ ରାଷ୍ଟ୍ରପତିଙ୍କ ଠାରୁକଲର୍ସ ସମ୍ମାନ ଗ୍ରହଣ କରିଥିଲେ । ଭାରତୀୟ ସ୍ଥଳ ସେନାର ଗୌରବ ପୂର୍ଣ୍ଣ ସମ୍ମାନ ମଧ୍ୟରେ ପ୍ରେସିଡେଂଟ କଲର୍ସ ଆୱାର୍ଡ ହେଉଛି ସର୍ବୋଚ୍ଚ ସମ୍ମାନ । ଯୁଦ୍ଧ ଏବଂ ଶାନ୍ତି ପ୍ରକ୍ରିୟାରେ ସେନା ବାହିନୀର ପ୍ରଦର୍ଶନ ଏବଂ ଉପଲବ୍ଧି ଆଧାରରେ ରାଷ୍ଟ୍ରପତି କଲର୍ସ ଆୱାର୍ଡ ପ୍ରଦାନ କରାଯିବାଲାଗି ସୈନ୍ୟ ବାହିନୀର ଚୟନ କରାଯାଇଥାଏ । ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ସେନାବାୟୁ ପ୍ରତିରକ୍ଷାର ବହୁସୈନ୍ୟ ଦଳ ବିଭିନ୍ନ ସୈନ୍ୟ ଅଭିଯାନରେ ଭାଗନେଇଥିଲେ । ଏଥିମଧ୍ୟରେ ବର୍ମା ଅଭିଯାନ, ଇମ୍ଫାଲ ଓ କୋହିମା ଘେରାବନ୍ଦୀ, ରେଙ୍ଗୁନ ପୁନଃଦଖଲ, ଆରାକାନ ମାୟିତକିୟିନା, ହଂକଂ, ସିଙ୍ଗାପୁର, ମଲାୟା, ବାହାରିନ, ଇରାକ ଏବଂ ପାରସ୍ୟ ସୈନ୍ୟ ଅଭିଯାନ ସାମିଲ । ଏଥିପାଇଁ ବହୁବୀରତ୍ୱ ସମ୍ମାନ ମଧ୍ୟ ମିଳିଛି । ଏସବୁ ସମ୍ମାନ ମଧ୍ୟରେ ୪ଟି ମିଲିଟାରୀ କ୍ରସ, ବ୍ରିଟିଶ ସାମ୍ରାଜ୍ୟର ଏକ ପଦକ, ୭ଟି ଭାରତୀୟ ବିଶିଷ୍ଟ ସେବା ପଦକ ଏବଂ ବ୍ରିଟିଶ ସାମ୍ରାଜ୍ୟର ଦୁଇଟି ସମ୍ମାନ ପତ୍ର ସାମିଲ ରହିଛି । ସେନା ବାୟୁ ପ୍ରତିରକ୍ଷା ବାହିନୀ ୧୯୪୦ ପରଠାରୁ ଆର୍ଟିଲାରୀର ଏକ ଅଂଶବିଶେଷ ରୂପେ କାର୍ଯ୍ୟ କରିଆସୁଛି । ଏହାକୁ ୧୯୯୪ରେ ଏକ ସ୍ୱତନ୍ତ୍ର ସଶସ୍ତ୍ରସୈନ୍ୟ ବାହିନୀ ଭାବେ ମାନ୍ୟତା ମିଳିଥିଲା । ସେନା ବାୟୁ ପ୍ରତିରକ୍ଷା ବାହିନୀକୁ ୨ଟି ଅଶୋକଚକ୍ର, ୨ଟି କୀର୍ତିଚକ୍ର, ୨୦ଟି ବୀରଚକ୍ର, ୯ଟି ଶୌର୍ଯ୍ୟଚକ୍ର, ୧୧୩ଟି ସେନା ପଦକ ଏବଂ ୫୫ଟି ମ୍ୟାନସନ ଇନ ଡେସପ୍ୟାଚ ସହିତ ୧୯୭୧ର ଭାରତ-ପାକିସ୍ତାନ ଯୁଦ୍ଧ ସମୟରେ ୪ଟି ସମ୍ମାନଜନକ ଉପାଧିରେ ମଧ୍ୟ ସମ୍ମାନିତ କରାଯାଇଥିଲା । ପୂର୍ବ ସୂରୀମାନଙ୍କ ଦ୍ୱାରା ପ୍ରତିଷ୍ଠା କରାଯାଇଥିବା ଉଚ୍ଚ ମାନକକୁ ବଜାୟ ରଖିବାଲାଗି ଏହା ଯୁବପିଢ଼ିଙ୍କୁ ଅନୁ ପ୍ରାଣିତ କରିଥାଏ ଯଦ୍ଦ୍ୱାରା ରାଷ୍ଟ୍ର ସେବା ସେମାନଙ୍କର ପ୍ରମୁଖ ଲକ୍ଷ୍ୟ ହୋଇ ରହିବ । ଏହି ଅବସରରେ ବ୍ରିଗେଡିୟର ରାଜୀବ ଶ୍ରୀବାସ୍ତବଙ୍କ ନେତୃତ୍ୱରେ ରାଷ୍ଟ୍ରପତିଙ୍କୁ ଏକ ଭବ୍ୟ ପରେଡ ମାଧ୍ୟମରେ ରାଷ୍ଟ୍ରୀୟ ଅଭିବାଦନ ପ୍ରଦାନ କରାଯାଇଥିଲା । ସେନାବାୟୁ ପ୍ରତିରକ୍ଷା ବାହିନୀର ସୈନିକମାନଙ୍କୁ ସମ୍ମାନ ପ୍ରଦାନ କରାଯିବାନେଇ ରାଷ୍ଟ୍ରପତି ସନ୍ତୋଷ ବ୍ୟକ୍ତକରିଥିଲେ । ନିଜ ଅଭିଭାଷଣରେ ରାଷ୍ଟ୍ରପତି ରାଷ୍ଟ୍ରରଏକତା, ଅଖଣ୍ଡତା ଓ ସାର୍ବଭୌମତ୍ୱ ରକ୍ଷା କରିବାରେ ଭାରତୀୟ ସଶସ୍ତ୍ର ସେନା ବାହିନୀ ଓ ସେନାବାୟୁ ପ୍ରତିରକ୍ଷା ବାହିନୀର ଗୌରବଶାଳୀ ପରମ୍ପରାକୁ ସ୍ମରଣ କରିଥିଲେ । ଏଥି ସହିତ ଉପସ୍ଥିତ ସମସ୍ତସେନା ଅଧିକାରୀ ଓ କର୍ମଚାରୀମାନଙ୍କୁୁ ଶୁଭେଚ୍ଛା ଓ ସାଧୁବାଦ ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରମୁଖ ଅତିଥିମାନଙ୍କ ମଧ୍ୟରେ ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକବାଷ୍ପ, ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ଥଳ ସେନା ମୁଖ୍ୟ ତଥା ଚିଫ ଅଫ ଆର୍ମୀଷ୍ଟାଫ ଜେନେରାଲ ବିପିନ ରାୱତ, ସେନା ବାୟୁ ପ୍ରତିରକ୍ଷା ବାହିନୀ ମୁଖ୍ୟ ଲେଫ୍ଟନାଂଟ ଜେନେରାଲ ଅଶ୍ୱିନୀ କୁମାରଙ୍କ ସମେତ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ