ଗୋବିନ୍ଦପୁରରେ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ବଣ୍ଟନ

ବନ୍ତ,(ଯୁଗାବ୍ଦ ନ୍ୟୁଜ୍): ବନ୍ତ ବ୍ଲକ ଗୋବିନ୍ଦପୁର ପଞ୍ଚାୟତ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ ଯୋଗ ଦେଇ ୧୨୦ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି । ସରପଞ୍ଚ ତିଳୋତ୍ତମା ବାରିକଙ୍କ ପୌରହିତ୍ୟରେ ଅନୁଷ୍ଠିତ ମେଳାରେ ବିଡିଓ ରେବେକା ବିଲୁଙ୍ଗ, ବ୍ଲକ ଅଧ୍ୟକ୍ଷ ଦେବେନ୍ଦ୍ର କୁମାର ଜେନା, ଜିଲା ପରିଷଦ ସଭ୍ୟା ରେବତୀ ନାୟକ, ସଭ୍ୟ ପ୍ରଶାନ୍ତ ଦାଶ, ଅଶୋକ ମହାନ୍ତି ଯୋଗ ଦେଇଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଦୀପ କୁମାର ନାୟକ, ପ୍ରଶାନ୍ତ ଖଟୁଆ, ଶ୍ରୀକାନ୍ତ ପଲେଇ, ମାନସ କୁମାର ରାଉଳ, ନାଣ୍ଡୁ ବସନ୍ତିଆ, ଗୌରାଙ୍ଗ ଦାସ ସହାୟତା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ