ଗୋଲାମୁଣ୍ଡଳା ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା

ବୁଗୁଡା, (ଅନିଲ ମହାରଣା):ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦର ଏକ ନମ୍ବର ୱାର୍ଡ ଅନ୍ତର୍ଗତ ଗୋଲାମୁଣ୍ଡଳା ପ୍ରାଥମିକ ବିଦ୍ୟାଳୟରେ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ବୁଗୁଡା ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ଓ ଅବସରପ୍ରାପ୍ତ ଏବିଇଓ ପିତାମ୍ବର ବିଷୋୟୀ ମେଳାକୁ ମିଳିତ ଭାବେ ଉଦଘାଟନ କରିଥିଲେ। ବିଦ୍ୟାଳୟର ପ୍ରଧାନଶିକ୍ଷକ ସତ୍ୟନାରାୟଣ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯାଞ୍ଚ କମିଟି ଅଧ୍ୟକ୍ଷ ବୈକୁଣ୍ଠନାଥ ଗୌଡ଼ ଏବଂ ସମ୍ମାନିତ ଅତିଥି ଭାବେ ଏସଏମସି ସଭାପତି କବିରାଜ ଗୌଡ଼, ସିଆରସିସି ପ୍ରତାପ କୁମାର ଖଡଙ୍ଗା ଓ ବାସୁଦେବ ଦୋରା ଯୋଗଦେଇଥିଲେ। ଉତ୍ତମ ନାଗରିକ ହେବାକୁ ଅତିଥି ବୃନ୍ଦ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେବା ସହ ପୋଷାକ, ଜୋତା ଓ ମୋଜା ବଣ୍ଟନ କରିଥିଲେ। ସହକାରୀ ଶିକ୍ଷୟିତ୍ରୀ ମଧୁସ୍ମିତା ପାତ୍ର ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ