ଗୋଲାମୁଣ୍ଡାଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା, (ଯୁଗାବ୍ଦ ନ୍ୟୁଜ):ଆଜି ଗୋଲାମୁଣ୍ଡା ବ୍ଲକ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲ,ଉପ ଜିଲ୍ଲାପାଳ, ଧର୍ମଗଡ ଶ୍ରୀ ବେଦ ଭୂଷଣ, ବ୍ଲକ ଅଧ୍ୟକ୍ଷ ଶ୍ରୀ ବିନ୍ଦୁ ମହାନନ୍ଦ, ବି ଡି ଓ ଶ୍ରୀଧର ପଣ୍ଡା ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୫୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୦ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ