ଗ୍ରାମରେ ପହଞ୍ଚିଲା ନବୀନ ସରକାରଙ୍କ ବିକାଶ ବାର୍ତ୍ତା

ପୋଲସରା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ପୋଲସରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୋଲସରା ବ୍ଳକର କେନ୍ଦୁବାଡ଼ି ଓ କଣଛାଇ ଗ୍ରାମ ପଞ୍ଚାୟତରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା ଅକ୍ଟୋବର ୧୧ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ପୋଲସରା ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ଜନ ସମ୍ପର୍କ ପଦଯାତ୍ରାରେ ଯୋଗ ଦେବା ସହ ନବୀନ ବାବୁଙ୍କ ସରକାରର ବିଭିନ୍ନ ବିକାଶ ମୂଳକ ଯୋଜନା ଓ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ବକ୍ତବ୍ୟ ପ୍ରଦାନ କରି ଗ୍ରାମବାସୀଙ୍କ ନିକଟରେ ପହଞ୍ଚାଇଥିଲେ। ପଦଯାତ୍ରାରେ ପୋଲସରା ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ପ୍ରଧାନ, ବ୍ଲକ ଅଧ୍ୟକ୍ଷା କଳ୍ପନା କୁମାରୀ ପ୍ରଧାନ, ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡା, ଜିଲ୍ଲା ପରିଷଦ ସଦସ୍ୟ ଅଶୋକ କୁମାର ବିଷୋୟୀ ଓ ବିକ୍ରମ କୁମାର ନାୟକ, ଏନଏସି ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ନିର୍ବାଚନ ମଣ୍ଡଳୀ ବିଜେଡି ସଭାପତି ସୁଶାନ୍ତ କୁମାର ପୋଲାଇ, ରଞ୍ଜନ କୁମାର ସାହୁ, ସିଲୁ ଦଳାଇ, ସଙ୍ଗୀତା ବାଡ଼ତ୍ୟା, ନିଲି ସାହୁ, ପ୍ରଶନ କୁମାର ସାହୁଙ୍କ ସମେତ ବହୁ ଜନ ପ୍ରତିନିଧି ଓ ବିଜୁ ଜନତା ଦଳର ବରିଷ୍ଠ କର୍ମୀ ବୃନ୍ଦ ଯୋଗଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ