ଗ୍ରାମ୍ୟା ପାଇପ ଜଳ ଯୋଗାଣ ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ

ବୁଗୁଡା,(ଅନିଲ କୁମାର ମହାରଣା): ଗଂଜାମ ଜିଲ୍ଲା ପୋଲସରା ବ୍ଲକର ଢଉମାଳ ଗ୍ରାମରେ ଗ୍ରାମ୍ୟ ପାଇପ ଜଳ ଯୋଗାଣ ପ୍ରକଳ୍ପ ପାଇଁ ସ୍ଥାନୀୟ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁଙ୍କ ଦ୍ୱାରା ଭିତ୍ତି ପ୍ରସ୍ତର ସ୍ଥାପନ ୬ ତାରିଖ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି। ୪୮ ଲକ୍ଷ ୩୫ ହଜାର ଟଙ୍କା ବ୍ୟୟ ଅଟକଳରେ ଏହି ଗ୍ରାମ୍ୟ ପାଇପ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ ହେବା ଦ୍ୱାରା ଗ୍ରାମର ଜନସାଧାରଣ ବିଶୁଦ୍ଧ ପାନୀୟ ଜଳ ପାଇ ପାରିବେ। ଏହି କାର୍ଯ୍ୟକ୍ରମରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ତୁଷାର କୁମାର ସାହୁ ଓ ସହକାରୀ ଯନ୍ତ୍ରୀ ପ୍ରଦୀପ କୁମାର ତ୍ରିପାଠୀ ଙ୍କ ସମେତ ବହୁ ଗ୍ରାମବାସୀ ଯୋଗ ଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ