ଗ୍ରାମ୍ୟ ପାଇପ ଜଳଯୋଗାଣ ପ୍ରକଳ୍ପକୁ ଉଦଘାଟନ କଲେ ବିଧାୟକ

ପୋଲସରା,(ଅନିଲ କୁମାର ମହାରଣା): ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ବ୍ଲକର ଇଚ୍ଛାପୁର ଗ୍ରାମର ଗ୍ରାମ୍ୟ ପାଇପ ଜଳଯୋଗାଣ ପ୍ରକଳ୍ପକୁ ଶୁକ୍ରବାର ଦିନ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଉଦଘାଟନ କରିଥିବା ଜଣାପଡିଛି। ପ୍ରାୟ ୭୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହୋଇଥିବା ଏହି ପ୍ରକଳ୍ପ ଦ୍ବାରା ଇଚ୍ଛାପୁର ଗ୍ରାମବାସୀ ବିଶୁଦ୍ଧ ପାଇପ ଜଳ ପାଇବା ଦ୍ୱାରା ଗ୍ରାମରେ ଲାଗି ରହିଥିବା ପାନୀୟ ଜଳ ସମସ୍ୟା ଦୂର ହୋଇ ପାରିଛି। ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ ଇଂ ତୁଷାରକାନ୍ତ ସାହୁ, ଅତିରିକ୍ତ ସହକାରୀ ଯନ୍ତ୍ରୀ ଇଂ ପ୍ରଦୀପ କୁମାର ତ୍ରିପାଠୀ, ଗଞ୍ଜାମ ଜିଲ୍ଲା ବିଜେଡି ସମ୍ପାଦକ ସୁଧାଂଶୁ ଶେଖର ପାଢ଼ୀ, ବ୍ଲକ ଅଧ୍ୟକ୍ଷ ବଳରାମ ସେଠୀ, ଉପାଧ୍ୟକ୍ଷା ସଂଯୁକ୍ତା ବାଡତ୍ୟା, ବ୍ଲକ ବିଜେଡି ସମ୍ପାଦକ ଅଶୋକ କୁମାର ବିଷୋୟୀ ପ୍ରମୁଖଙ୍କ ସମେତ ସ୍ଥାନୀୟ ଲୋକ ପ୍ରତିନିଧି ଓ ଗ୍ରାମବାସୀ ବୃନ୍ଦ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଗ୍ରାମବାସୀ ବୃନ୍ଦ ଏକ ବିରାଟ ଶୋଭାଯାତ୍ରାରେ ବିଭିନ୍ନ ବାଜା ବଜାଇ ବିଧାୟକ ଶ୍ରୀ ସାହୁଙ୍କୁ ପାଛୋଟି ନେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ