ଘରକୁ ଫେରେ ଅଧାଜଳା ମୃତଦେହ
ସାଧାରଣ ଜୀବନଯାପନ ଶୈଳୀଠାରୁ ଆଦିବାସୀମାନଙ୍କର ଜୀବନ ଶୈଳୀ ଟିକେ ଅଳଗା । ଆଧୁନିକ ସମାଜରେ ମନୁଷ୍ୟ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରୁଥିବା ସମୟରେ ଏମାନେ କିନ୍ତୁ ସେମାନଙ୍କ ପୂର୍ବ ପରମ୍ପରାକୁ ନେଇ ବଞ୍ଚିବାକୁ ପସନ୍ଦ କରିଥାନ୍ତି । ଏମିତିକି ପୂର୍ବଜମାନେ ତିଆରି କରି ଯାଇଥିବା ରୀତିନୀତିକୁ ମଧ୍ୟ ଏମାନେ ଆଜିବି ଅକ୍ଷରେ ଅକ୍ଷରେ ପାଳନ କରିଥାଆନ୍ତି । ଭିନ୍ନ ଭିନ୍ନ ଜନଜାତିର ନିୟମ ଅଲଗା ଅଲଗା ହୋଇଥାଏ । ଏମିତି ଏକ ଜନଜାତି ଅଛନ୍ତି ଯେଉଁମାନଙ୍କର ମୃତଦେହ ସଂସ୍କାର କଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବ । ଏଠାରେ ଲୋକେ ମୃତ ବ୍ୟକ୍ତିର ଶରୀରକୁ ସମାଧି ଦିଅନ୍ତି ନାହିଁ । ଏହାକୁ ମୃତ ଶରୀରକୁ ପୋଡ଼ାଯାଇଥାଏ । ହେଲେ ଏହା ସମ୍ପୂର୍ଣ୍ଣ ପୋଡିବା ପୂର୍ବରୁ ଅଧାଜଳା ଶରୀରକୁ ନିଆଁରୁ ବାହାର କରି ପରିଜନ ଘରକୁ ନେଇଆସନ୍ତି । ଏହାକୁ ମମି କରି ଘରେ ସାଇତି ରଖନ୍ତି । ପପୁଆ ନିଉ ଗିନିରେ ରହୁଥିବା ଦାନି ନାମକ ଏକ ଜନଜାତି ସେମାନଙ୍କ ପରିଜନଙ୍କ ମୃତ୍ୟୁ ହେଲେ ମୃତ ଶରୀରକୁ ଅଧାପୋଡା କରି ଘରକୁ ଆଣି ମମି ପରି ବର୍ଷ ବର୍ଷ ଧରି ସାଇତି ରଖନ୍ତି । ତେବେ ପରିବାରର ଉକ୍ତ ବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଉଦ୍ଦେଶ୍ୟରେ ଏପରି କରାଯାଏ ବୋଲି କୁହାଯାଏ । ଏପରି ନୀତି ନିୟମରେ ପରିବର୍ତ୍ତନ ଆଣିବାକୁ ସେଠାକାର ସରକାର ଚେଷ୍ଟା ଚଳାଇଛନ୍ତି । ତେବେ ବର୍ତ୍ତମାନ କେତେ ଅଞ୍ଚଳରେ ଏପରି ଜନଜାତି ଆଉ ମୃତ ଶରୀରକୁ ଅଧା ପୋଡା କରି ଘରକୁ ଆଣୁ ନାହାନ୍ତି । ହେଲେ ପୂର୍ବର୍ରୁ ଘରେ ସାଇତା ହୋଇ ରହିଥିବା ମୃତ ଶରୀରକୁ ଦେଖିବାକୁ ଦୂରଦୂରାନ୍ତରୁ ଅନେକ ଲୋକ ଏଠାକୁ ଆସୁଛନ୍ତି ।