ଘରୋହୀଯାତ୍ରୀବାହୀ ବସ ଓଲଟି ୨୦ ରୁ ଉର୍ଦ୍ଧ୍ବ ଆହତ ହୋଇଥିବା ବେଳେ ଦୁଇ ଗୁରୁତର

ରାଇରଙ୍ଗପୁର, (ଅକ୍ଷୟ କୁମାର ବିଶ୍ୱାଳ):ଯାତ୍ରୀବାହୀ ବସ ଓଲଟି ୨୦ ରୁ ଉର୍ଦ୍ଧ୍ବ ଆହତ ହୋଇଥିବା ବେଳେ ଦୁଇ ଗୁରୁତର ହୋଇଥିବାର ସୂଚନା ମିଳିଛି। ତେବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଇନ୍ଦ୍ରାଣୀ ନାମକ ଯାତ୍ରୀବାହି ବସ ଟି ବେତନଟୀ ଥାନା ଅନ୍ତର୍ଗତ ୧୮ ନଂ ଜାତୀୟ ରାଜପଥ କୃଷ୍ଣଚନ୍ଦ୍ରପୁର ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଛି।ସୂଚନା ଅନୁଯାୟୀ, ରାଇରଙ୍ଗପୁର ରୁ ପ୍ରାୟ ୫୦ ଜଣ ଯାତ୍ରୀ ଙ୍କୁ ନେଇ ଇନ୍ଦ୍ରାଣୀ ବସ ଟି ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ରାତ୍ରି ପ୍ରାୟ ୧୨:୩୦ ବେଳେ କୃଷ୍ଣଚନ୍ଦ୍ରପୁର ଫ୍ଲାଇ ଓଭର ନିକଟରେ ବସ ର ଆଗ ଚକ କୋଣସି କାରଣ ପାଇଁ ଫାଟି ଯିବାରୁ ଭାରସାମ୍ୟ ହରାଇ ଜାତୀୟ ରାଜପଥରେ ଓଲଟି ପଡ଼ିଥିଲା। ଏଥିରେ ବସରେ ଥିବା ୨୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଏ ସମ୍ପର୍କରେ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ବେତନଟୀ ଥାନା ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ପ୍ରକ୍ରିୟା ଜାରି ରଖିଛନ୍ତି। ତେବେ ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପ୍ରଥମେ କେ.ସି.ପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ପ୍ରାୟ ୨୦ରୁ ଉର୍ଦ୍ଧ ଜଣ ଆହତ ମାନଙ୍କୁ ପିଆରଏମ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଥି ମଧ୍ୟରୁ ୨ ଜଣ ଗୁରୁତର ଥିବା ବ୍ୟକ୍ତିଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇ ଥିବାର ସୂଚନା ମିଳିଛି। ତେବେ ଗୁରୁତର ବ୍ୟକ୍ତି ୨ଜଣ ହେଉଛନ୍ତି ରମେଶ ଚନ୍ଦ୍ର ମୁର୍ମୁ ଏବଂ ଯଶବନ୍ତ ସୋରେନ। ସେପଟେ ଦୁର୍ଘଟଣା କୁ ନେଇ ବେତନଟୀ ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ