ଘର ଭିତରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କଲା ପୋଲିସ
ରାଇରଙ୍ଗଗପୁର,(ଅକ୍ଷୟ କୁମାର ବିଶ୍ୱାଳ): ଅବସରପ୍ରାପ୍ତ ଶିକ୍ଷକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ଯାମଦା ଥାନା ଅନ୍ତର୍ଗତ ତାଳଗାଁ ଗ୍ରାମରେ। ସୂଚନା ଅନୁଯାୟୀ ତାଳଗାଁ ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ଗୋପାଳ ଚନ୍ଦ୍ର ମୁଣ୍ଡାରୀ ନିଜ ଘରେ ଏକ ରସି ସାହାଯ୍ୟରେ ଝୁଲୁଥିବା ଦେଖିଥିଲେ କିଛି ସ୍ଥାନୀୟ ଲୋକେ। ଏ ସମ୍ପର୍କରେ ଯାମଦା ଥାନା ପୋଲିସ କୁ ଖବର ଦେବାରୁ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ଛାନଭିନ ଆରମ୍ଭ କରିବା ସହିତ ଅଧିକ ତଦନ୍ତ ପାଇଁ ବାରିପଦାରୁ ସାଇଣ୍ଟିଫିକ ଟିମ୍ କୁ ଡକାଇ ଥିଲେ। ସେପଟେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ମୃତ ଦେହ କୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ରାଇରଙ୍ଗପୁର ଡାକ୍ତରଖାନା ପଠାଇଥିଲେ ଯାମଦା ଥାନା ପୋଲିସ। ତେବେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଘଟଣାର ସତ୍ୟାସତ୍ୟ ଜଣାପଡ଼ିବ ବୋଲି ସାଧାରଣରେ ଆଲୋଚନା ହେଉଛି।


