ଘୁମୁସର ବୈଷୟିକ ଉଚ୍ଚ ବିଦ୍ୟାଳୟରେ ନୂତନ୍ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ବେଲଗୁଣ୍ଠା ସ୍ଥିତ ଘୁମୁସର ବୈଷୟିକ ଉଚ୍ଚ ବିଦ୍ୟାଳୟରେ ନୂତନ ଭାବେ ଯୋଗ ଦେଇଥିବା ପ୍ରଧାନ ଶିକ୍ଷୟିତ୍ରୀ ପ୍ରତିମା ମହାରଣାଙ୍କୁ ବିଦ୍ୟାଳୟ ତରଫରୁ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି I ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଡ. ବିଷ୍ଣୁଚରଣ ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରା, ପୂର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ହୃଷୀକେଶ ବିଶ୍ଵାଳ,ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ସୁଧୀର କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ I ଏହି ଅବସରରେ ପୂର୍ବତନ ପ୍ରଧାନ ଶିକ୍ଷକ ସୁଧୀର କୁମାର ସାହୁଙ୍କୁ ବିଦ୍ୟାଳୟ ତରଫରୁ ବିଦାୟକାଳୀନ ସମ୍ବର୍ଦ୍ଧନା ମଧ୍ୟ ଜ୍ଞାପନ କରାଯାଇଥିଲା I କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ କର୍ମଚାରୀ ସହଯୋଗ କରିଥିବା ବେଳେ ବିଦ୍ୟାଳୟ ପରି ଚାଳନା ସମିତିର ସମସ୍ତ ସଦସ୍ୟ ସଦସ୍ୟା ଉପସ୍ଥିତ ଥିଲେ I ବରିଷ୍ଠ ଶିକ୍ଷକ ସନ୍ତୋଷ କୁମାର ପଟ୍ଟନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ବରିଷ୍ଠ ଶିକ୍ଷୟିତ୍ରୀ ନିବେଦିତା ପାଲକ୍ ଧନ୍ୟବାଦ ଜ୍ଞାପନ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ