ଚତୁର୍ଥ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ଲକି ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଚତୁର୍ଥ ବାର୍ଷିକ ସର୍ବ ଭାରତୀୟ ସ୍ତରୀୟ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି-୨୦୨୪ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଇଁ ଏକ ପ୍ରସ୍ତୁତି ବୈଠକ ପୈାରାଞ୍ଚଳ ଅନ୍ତର୍ଗତ ମାଧପୁରସ୍ଥିତ ଅମର ଉଦ୍ୟାନରେ ଅନୁଷ୍ଠିତ ହୋଇଯାଇଛି । କ୍ଲବର ସଭାପତି ସଲିମ ଖାନ୍‌ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ଫୁଟବଲ ଟୁର୍ଣ୍ଣାମେଣ୍ଟ ସମ୍ପର୍କରେ ବିଷଦ ଭାବେ ଆଲୋଚନା କରାଯାଇଥିଲା । ଆସନ୍ତା ଜାନୁଆରୀମାସ ୨୬ତାରିଖରୁ ଫେବୃୟାରୀମାସ ୨ତାରିଖ ପର୍ଯ୍ୟନ୍ତ କେନ୍ଦ୍ରାପଡା ହାଇସ୍କୁଲ ଖେଳ ପଡିଆରେ ୭ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ଫୁଟବଲ୍ ଟୁର୍ଣ୍ଣାମେଣ୍ଟରେ ରାଜ୍ୟ ତଥା ରାଜ୍ୟ ବାହାରର ବଛା ବଛା ୮ଟି ଟିମ ଅଂଶଗ୍ରହଣ କରିବେ । ଏହି ଫୁଟବଲ ଟୁର୍ଣ୍ଣାମେଣ୍ଟର ଚମ୍ପିୟନ ଦଳକୁ ୨୧ହଜାର ନଗଦ ଅର୍ଥରାଶି ସହିତ ଟ୍ରଫି ଓ ରନର୍ସଅପ ଦଳକୁ ୧୬ହଜାର ନଗଦ ଅର୍ଥରାଶି ସହିତ ଟ୍ରଫି ପ୍ରଦାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ଅବସରରେ କ୍ଲବର ନୂତନ କର୍ମକର୍ତ୍ତା ନିର୍ବାଚନ କରାଯାଇ ସର୍ବସମ୍ମତିକ୍ରମେ ସଭାପତି ଭାବେ ସଲିମ ଖାନ, କାର୍ଯ୍ୟକାରୀ ସଭାପତି ଭାବେ ମହମ୍ମଦ ନିଆଜ(ମତୁ), ଉପସଭାପତି ଭାବେ ସେକ ସଫାତୁଲ୍ଲା, ସମିଉଲ୍ଲା ଖାନ(ଜୁମା), ଅକିଲ ଅହେମ୍ମଦ, ସେକ ଫରିଦୁଦ୍ଦିନ, ସେକ ବୁରାନ ଅଲ୍ଲୀ, ସାଧାରଣ ସମ୍ପାଦକ ଭାବେ ସେକ ସାହାବୁଲ୍ଲା, ସମ୍ପାଦକ ଭାବେ ମୀର ଜରାର୍‌, ଆୟାଜ୍ ମହମ୍ମଦ, ମୀର ୟାସିର, ମୀର ସଲିମ, କଲିମ ଖାନ, କୋଷାଧ୍ୟକ୍ଷ ଭାବେ ସେକ ମୁସ୍ତାକ ଓ ମହମ୍ମଦ ଆଝାରୁଦ୍ଦିନ ଏବଂ ଉପଦେଷ୍ଟାମଣ୍ଡଳୀର ସଦସ୍ୟ ଭାବେ ସେକ ଲିଆକତ ଅଲ୍ଲୀ, ସୟଦ ଅକମଲ ଅଲ୍ଲୀ, ମୀର ଆବୁ ଓବେଦା, ମୀର ବକାଉଲ୍ଲା, ମୀର ଫାରୁକ, ମହମ୍ମଦ ଲିଆକତ ଅଲ୍ଲୀ, ସେକ ହାଇଦର ଅଲ୍ଲୀ, ସୟଦ ଅବଦୁଲ ସତ୍ତାର, ସୟଦ ଏହେସାନ ଅଲ୍ଲୀ, ମୀର ଆବୁସମା, ଜାହିଦ ଖାନ ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଏହି ବୈଠକରେ କ୍ଲବର ସମସ୍ତ ସାଦସ୍ୟ ଯୋଗଦେଇ ସଭାକୁ ସଫଳ କରାଇଥିଲେ । ଶେଷରେ ମହମ୍ମଦ ନିଆଜ୍ ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ