ଚତୁର୍ଥ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ

କଟକର ଇଣ୍ଡିପେଣ୍ଡେନ୍ସ କ୍ଲବ କଟକର ବିଡାନାସୀ କ୍ଲବକୁ ୪-୦ଗୋଲରେ ହରାଇଲା

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : ଫକିରାବାଦ ଲକି ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ ଚତୁର୍ଥ ବାର୍ଷିକ ସର୍ବ ଭାରତୀୟ ସ୍ତରୀୟ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି-୨୦୨୪ ଫୁଟବଲ ଟୁର୍ଣ୍ଣାମେଣ୍ଟର ପ୍ରଥମ ସେମି ଫାଇନାଲ ମ୍ୟଚ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ କ୍ଲବର ସଭାପତି ସଲିମ ଖାନ୍‌ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଫୁଟବଲ ଟୁର୍ଣ୍ଣାମେଣ୍ଟର ପ୍ରଥମ ସେମି ଫାଇନାଲ ମ୍ୟାଚକୁ କେନ୍ଦ୍ରାପଡାର ବିଜେପି ନେତା ସୁନାକର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ଏଥିରେ ସମ୍ମାନୀତ ଅତିଥି ଭାବେ ସାମ୍ବାଦିକ ଗଣେଶ ସାମଲ, ରାଜେଶ ବେହେରା, ସାବିର ଖାନ ଓ ବିଜେପି ନେତା ଅଭିମନ୍ୟୁ ଗୋଛାୟତ ପ୍ରମୁଖ ଯୋଗଦେଇଥିଲେ । ଫୁଟବଲ ଟୁର୍ଣ୍ଣାମେଣ୍ଟର ପ୍ରଥମ ସେମି ଫାଇନାଲ ମ୍ୟାଚ କଟକର ଇଣ୍ଡିପେଣ୍ଡେନ୍ସ କ୍ଲବ ଓ କଟକର ବିଡାନାସୀ କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଇଣ୍ଡିପେଣ୍ଡେନ୍ସ କ୍ଲବ ବିଡାନାସୀ କ୍ଲବକୁ ୪-୦ଗୋଲରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି । ଇଣ୍ଡିପେଣ୍ଡେନ୍ସ କ୍ଲବର ଖେଳାଳୀ ସେକ ଫରିଦ୍ ମ୍ୟାନ ଅଫ୍ ଦି ମ୍ୟାଚ ବିବେଚିତ ହୋଇଛନ୍ତି । ଆଜିର ମ୍ୟାଚକୁ ମୁଖ୍ୟ ରେଫରୀ ସୁଜିତ ଦାସଙ୍କ ସମେତ ଲକ୍ଷ୍ମଣ ସୋରେନ୍‌, ସନ୍ଦୀପ ଦାସ, ଯୋଗି ପଲେଇ ଓ ସେକ ମୋକିମ ପ୍ରମୁଖ ରେଫରୀମାନେ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ କ୍ଲବର କାର୍ଯ୍ୟକାରୀ ସଭାପତି ମହମ୍ମଦ ନିଆଜ(ମତୁ), ଉପସଭାପତି ସେକ ସଫାତୁଲ୍ଲା, ସମିଉଲ୍ଲା ଖାନ(ଜୁମା), ଅକିଲ ଅହେମ୍ମଦ, ସେକ ଫରିଦୁଦ୍ଦିନ, ସେକ ବୁରାନ ଅଲ୍ଲୀ, ସାଧାରଣ ସମ୍ପାଦକ ସେକ ସାହାବୁଲ୍ଲା, ସମ୍ପାଦକ ମୀର ଜରାର୍‌, ଆୟାଜ୍ ମହମ୍ମଦ, ମୀର ୟାସିର, ମୀର ସଲିମ, କଲିମ ଖାନ, କୋଷାଧ୍ୟକ୍ଷ ସେକ ମୁସ୍ତାକ ଓ ମହମ୍ମଦ ଆଝାରୁଦ୍ଦିନ ଏବଂ ଉପଦେଷ୍ଟାମଣ୍ଡଳୀର ସଦସ୍ୟ ସୟଦ ଅବଦୁଲ ସତ୍ତାର, ସୟଦ ଅକମଲ ଅଲ୍ଲୀ ପ୍ରମୁଖ ମଞ୍ଚାସୀନ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ମୀର ଆବୁ ଓବେଦା, ମୀର ବକାଉଲ୍ଲା, ମୀର ଫାରୁକ, ମହମ୍ମଦ ଲିଆକତ ଅଲ୍ଲୀ, ସେକ ହାଇଦର ଅଲ୍ଲୀ, ସୟଦ ଏହେସାନ ଅଲ୍ଲୀ, ମୀର ଆବୁସମା, ଜାହିଦ ଖାନଙ୍କ ସମେତ କ୍ଲବର ସମସ୍ତ ସଦସ୍ୟମାନେ ଉପସ୍ଥିତ ରହି ଫୁଟବଲ ମ୍ୟାଚ ପରିଚାଳନାରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ