ଚମାଖଣ୍ଡି ଠାରେ ଆନ୍ତର୍ଜାତିୟ ଯୋଗ ଦିବସ ପାଳିତ

ଛତ୍ରପୁର, (ଦେବଦତ୍ତ ମହାରଣା) :-ସ୍ଥାନୀୟ ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଛକ ସ୍ଥିତ ବିଶ୍ୱନାଥ କଲ୍ୟାଣ ମଣ୍ଡପ ପରିସରରେ ଟାଟା ଷ୍ଟିଲ ଫାଉଣ୍ଡେସନ୍ ଓ ଚମାଖଣ୍ଡି ପଂଚାୟତର ମିଳିତ ଆନୁକୁଲ୍ୟରେ ଆନ୍ତର୍ଜାତୀୟ ଯୋଗ ଦିବସ ଚମାଖଣ୍ଡି ସରପଂଚ ସି. ଏଚ୍‌. ମନୋଜ ରେଡ୍ଡୀଙ୍କ ପୌରହିତରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଛତ୍ରପୁର ତହସିଲଦାର ପ୍ରକାଶ କୁମାର ମିଶ୍ର, ଅତିରିକ୍ତ ତହସିଲଦାର ଜସ୍ମିନ ପ୍ରଧାନ, ଶ୍ରୀରାମଚନ୍ଦ୍ରପୁର ସରପଂଚ ଏସ୍‌. ସଞ୍ଜୀବ ରେଡ୍ଡୀ, ବିଜୁ ଶ୍ରମିକ ସାମ୍ମୁଖ୍ୟର ଜିଲ୍ଲା ଉପସଭାପତି ଶଙ୍କର ପ୍ରସାଦ ଦାଶ, ଚମାଖଣ୍ଡି ପିଇଓ ସନ୍ତୋଷ କୁମାର ବେହେରାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ଯୋଗ ଦେଇ ଆଜିର ଦିବସ ଉପରେ ଆଲୋକପାତ କରିବା ସହ ଯୋଗ କରିବା ଦ୍ୱାରା ଶରୀର ସୁସ୍ଥ ରହିବା ସହ ବିଭିନ୍ନ ରୋଗରୁ ମୁକ୍ତି ମିଳିପାରିବ ବୋଲି ସେମାନେ କହିଥିଲେ । ଏହି ଅବସରରେ ପଂଚାୟତର ବହୁ ଯୁବକ ଯୁବତୀ ମାନେ ଉପସ୍ଥିତ ରହି ଯୋଗ କରିବା ସହ ଏହାର ବିଭିନ୍ନ ଉପକାରୀତା ନେଇ ଶିକ୍ଷାଲାଭ କରିଥିଲେ ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ