ଚାରିଗୋଟି ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ଅଞ୍ଚଳର ଚାରିଗୋଟି ବିଦ୍ୟାଳୟ ରେ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇ ଯାଇଛି। କାନସୁକା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ପୋଷକ ଓ ଜୋତା ବଣ୍ଟନ ମେଳାରେ ବୁଗୁଡା ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ମେଳାକୁ ଉଦଘାଟନ କରିଥିଲେ। ପ୍ରଧାନଶିକ୍ଷକ ରବୀନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମେଳାରେ ସମ୍ମାନିତ ଅତିଥି ଭାବେ ସିଆରସିସି ମାନସ ରଞ୍ଜନ ସେଠୀ ଓ ଏସଏମସି ସଭାପତି ବସନ୍ତ ଭୂୟାଁ ଯୋଗଦେଇଥିଲେ। ଅତିଥି ବୃନ୍ଦ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିବା ସହ ଉତ୍ତମ ନାଗରିକ ହେବାକୁ ପରାମର୍ଶ ଦେଇଥିଲେ। ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀ ବୃନ୍ଦ ପରିଚାଳନା ରେ ସହଯୋଗ କରିଥିଲେ। ସେହିପରି ଖୋଳଖାଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏବିଇଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମେଳାକୁ ଉଦଘାଟନ କରିଥିବା ବେଳେ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ପାତ୍ର ମେଳାରେ ଅଧ୍ୟକ୍ଷତା କରିଥିଲେ। ସମ୍ମାନିତ ଅତିଥି ଭାବେ ସିଆରସିସି ମାନସ ରଞ୍ଜନ ସେଠୀ ଓ ଏସଏମସି ସଭାପତି ପ୍ରେମାନନ୍ଦ ବାରିକ ଯୋଗ ଦେଇଥିଲେ। ଅତିଥି ବୃନ୍ଦ ଛାତ୍ରଛାତ୍ରୀଙ୍କୁ ଭଲଭାବେ ଶିକ୍ଷା ଗ୍ରହଣ ପାଇଁ ପରାମର୍ଶ ଦେବା ସହ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ବୃନ୍ଦ ମେଳା ପରିଚାଳନାରେ ସହଯୋଗ କରିଥିଲେ। କତକଲା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ମେଳାକୁ ଉଦଘାଟନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଭାରତୀ ଗୁରୁ ମେଳାରେ ଅଧ୍ୟକ୍ଷତା କରିଥିବା ବେଳେ ଏସଏମସି ସଭାପତି ସୂର୍ଯ୍ୟନାରାୟଣ ବିଷୋୟୀ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଅତିଥି ବୃନ୍ଦ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିବା ବେଳେ ସହକାରୀ ଶିକ୍ଷୟିତ୍ରୀ ସ୍ଵତୀ ଦଳବେହେରା, ରଞ୍ଜୁଲତା ପାତ୍ର, ଓ ମାନସୀ କୁମାରୀ ଦାଶ ପରିଚାଳନାରେ ସହଯୋଗ କରିଥିଲେ। ବୁଗୁଡା ଏନଏସି ର ବାଲିପିଣ୍ଡି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ପୋଷାକ ଓ ଜୋତା ବଣ୍ଟନ ମେଳାରେ ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ମେଳାକୁ ଉଦଘାଟନ କରିଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ରଞ୍ଜୁଲତା ଦାଶ ଅଧ୍ୟକ୍ଷତା କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ସିଆରସିସି ପ୍ରତାପ କୁମାର ଖଡଙ୍ଗା ଓ ଏସଏମସି ସଭାପତି ନବ କିଶୋର ବେହେରା ଯୋଗଦେଇଥିଲେ। ଅତିଥି ବୃନ୍ଦ ୭୮ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିବା ସହ ଉତ୍ତମ ନାଗରିକ ହେବାକୁ ପରାମର୍ଶ ଦେଇଥିଲେ। ଶିକ୍ଷୟିତ୍ରୀ ପ୍ରତିମା ପଣ୍ଡା ଓ ଲକ୍ଷ୍ମୀ ନାହାକ ମେଳା ପରିଚାଳନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ