ଚୀନ୍‌ରେ କୋରୋନା ଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭କୁ ବୃଦ୍ଧି

ବେଜିଂ : ଚୀନ୍‌ରେ କୋରୋନା ଭାଇରସ୍‌ର ପ୍ରଭାବ ଦିନକୁ ଦିନ ବଢିବାରେ ଲାଗିଛି । ଚୀନ୍‌ରେ ଦେଖାଦେଇଥିବା ନୋଭେଲ୍‌ କୋରୋନା ଭାଇରସ୍‌ ପ୍ରଭାବରେ ବର୍ତ୍ତମାନ ସୁଦ୍ଧା ୪୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨୮୭ ଜଣ ସଂକ୍ରମିତ ହୋଇଛନ୍ତି । ଶନିବାର ଚୀନ୍‌ର ଜାତୀୟ ସ୍ବାସ୍ଥ୍ୟ କମିଶନ ପକ୍ଷରୁ ଏହି ତଥ୍ୟ ପ୍ରକାଶ ପାଇଛି । ଶୁକ୍ରବାର ୪୪୪ ଜଣ ନୂତନ ସଂକ୍ରମିତ ବ୍ୟକ୍ତି ଭର୍ତ୍ତି ହୋଇଥିବା ଜଣାପଡିଛି । ସଂକ୍ରମିତ ବ୍ୟକ୍ତିଙ୍କ ମଧ୍ୟରୁ ୨୩୭ ଜଣଙ୍କ ଅବସ୍ଥା ଗୁରୁତର ହୋଇଥିବା ବେଳେ ୩୮ ଜଣ ସୁସ୍ଥ ହୋଇ ଡିସଚାର୍ଜ ହୋଇଛନ୍ତି । ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ୧୫୧୯୭ ଜଣ ଲୋକଙ୍କ ଉପରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କଡା ନଜର ରଖାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ