ଚୁକ୍ତିଭିତ୍ତିକ କର୍ମଚାରୀଙ୍କ କଳା ବ୍ୟାଚ ପିନ୍ଧି ବିକ୍ଷୋଭ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ଓଡିଶାରୁ ଚୁକ୍ତିଭିତ୍ତିକ ନିଯୁକ୍ତି ସମ୍ପୂର୍ଣ୍ଣ ଉଚ୍ଛେଦ ଦାବିରେ ଆଜି ଠାରୁ ସାରାରାଜ୍ୟରେ କଳା ବ୍ୟାଚ ପିନ୍ଧି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନଙ୍କ ଶାନ୍ତିପୂର୍ଣ ବିକ୍ଷୋଭ ପ୍ରଦର୍ଶନ ।ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ ପୂର୍ବ ନିର୍ଦ୍ଧାରିତ ସୂଚନା ଅନୁଯାୟୀ ଓଡିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଙ୍ଘ ପକ୍ଷରୁ ଅଗଷ୍ଟ ୧୬ ତାରିଖରୁ ସପ୍ତାହ ବ୍ୟାପି ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ ସମସ୍ତ ଚୁକ୍ତିଭିତ୍ତିକ ଗ୍ରୁପ ବି, ସି ଏବଂ ଡି କର୍ମଚାରୀମାନେ କଳାବ୍ୟାଚ ପରିଧାନ କରିବାସହିତ ଶାନ୍ତିପୂର୍ଣଭାବେ ନିଜର ଯଥୋଚିତ ଦାବି ସରକାରଙ୍କ ନିକଟରେ ଉପସ୍ଥାପନା କରିଛନ୍ତି। ଉକ୍ତ ବିକ୍ଷୋଭ ପଦର୍ଶନରେ ଓଡିଶା ସରକାରଙ୍କ ସମସ୍ତ ବିଭାଗ ଯଥା ଶିକ୍ଷା, ସ୍ୱାସ୍ଥ୍ୟ, ବାଣିଜ୍ୟ, ପରିବହନ, ସାମଜିକ ସୁରକ୍ଷା, କୃଷି ଏବଂ ପଶୁସମ୍ପଦ, ଜଙ୍ଗଲ ଏବଂ ପରିବେଶ, ଶ୍ରମ ଆଦି ବିଭିନ୍ନ ବିଭାଗରୁ କାର୍ଯ୍ୟରତ କର୍ମଚାରୀ ମାନେ ପ୍ରତେକ ଜିଲ୍ଲାର ବ୍ଲକ ସ୍ତରରେ ଅବସ୍ଥାପିତ ମୁଖ୍ୟ ଦପ୍ତରଠାରୁ ଆରମ୍ଭ କରି ଭୁବନେଶ୍ୱର ବିଭାଗୀୟ ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମାନେ କଳା ବ୍ୟାଚ ପରିଧାନ କରି କାର୍ଯ୍ୟ କରିବସହ ମଧ୍ୟାନ ବିରତି ସମୟରେ ବିକ୍ଷୋଭ ପ୍ରଦର୍ଶନରେ ସାମିଲ ହୋଇଥିଲେ। ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଏବଂ ଚୁକ୍ତିଭିତ୍ତିକ ସମୟକୁ ମୂଳ ଚାକିରୀରେ ଯୋଗ ଦୁଇଟି ମୁଖ୍ୟ ଦାବି ସହ ଚୁକ୍ତିଭିତ୍ତିକ ନିଯୁକ୍ତି ସମୟରେ ମହଙ୍ଗା ଭତ୍ତା, ଘରଭଡା ଏବଂ ସମସ୍ତ ସରକାରୀ ଅନୁସଙ୍ଗିକ ସୁବିଧା ଇତ୍ୟାଦି ପ୍ରଦାନ ନେଇ ନେଇ କଳା ବ୍ୟାଚ ପରିଧାନ ଏବଂ ଶାନ୍ତିପୂର୍ଣ ବିକ୍ଷୋଭ ପ୍ରଦର୍ଶନ ସମାବେଶ ସାରା ରାଜ୍ୟରେ ଅଗଷ୍ଟ ୧୬ ତାରିଖରୁ ୨୨ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।ଏହି ସମୟ ମଧ୍ୟରେ ରାଜ୍ୟସରକାର ଯଦି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘକୁ ଦେଇଥିବା ପ୍ରତିଶୃତି ଅନୁଯାୟୀ ସେମାନଙ୍କ ଦାବିଗୁଡିକୁ ପୂରଣ ନକରନ୍ତି ତେବେ ମହାସଂଘର ପୂର୍ଵ ନିର୍ଦ୍ଧାରିତ ଯୋଜନା ଅନୁଯାୟୀ ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନେ ଅଗଷ୍ଟ ଶେଷ ସପ୍ତାହ ରେ ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗ ଠାରେ ଏକ ବୃହତ ଆନ୍ଦୋଳନରେ ସାମିଲ ହେବେ ବୋଲି ମହାସଂଘର ସଭାପତି ବିଜୟ ମଲ୍ଲ, ସଂଘର ମୁଖ୍ୟ ଉପଦେଷ୍ଟା ପ୍ରଭାତ ମହାନ୍ତି, ସାଧାରଣ ସଂପାଦକ କ୍ଷିତିଶ୍ ପଣ୍ଡା,ସଙ୍ଘଠନ-ସମ୍ପାଦକ ପ୍ରଶାନ୍ତ ରାଉତରାୟ, ଶିକ୍ଷକ ନେତା ପୂର୍ଣ୍ଣ ଚନ୍ଦ୍ର ଆଇଚ,ସୁଭ୍ରଜିତ ପ୍ରତିହାରୀ, ବିଶ୍ଵଜିତ ବିଶ୍ଵାଳ,ପଞ୍ଚାନନ ଜେନା, ରାଜେନ୍ଦ୍ର ମଲ୍ଲିକ, ପ୍ରାଥମିକ ଶିକ୍ଷକ ସଂଘର ନେତା ଆଦିତ୍ୟ ସ୍ଵାଇଁ, ଅକ୍ଷୟ ପାଢି, ଉପ-ସଭାପତି ,ପ୍ରଭାସ ଭୋଇ, ପ୍ରିତୀରଞ୍ଜନ ପ୍ରଧାନ, ଯୁଗ୍ମ ସମ୍ପାଦକ – ଅଶୋକ ଗଉଡ଼, ବାବୁଲ ନାୟକ, ତନ୍ମୟ ଜେନା, ଶ୍ରୀନିବାସ ମହାନ୍ତି, ଅନିତା ବେହେରା, ଅଳକା ମହାନ୍ତି, ରୋଜାଲିତି ପଣ୍ଡା, ଶିବ ଶଙ୍କର ସାହୁ ପ୍ରେସ ରିଲଜ ଦ୍ୱାରା ଜଣାଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ