ଛତ୍ରପୁର ଏନଏସି ପକ୍ଷରୁ ବିଶ୍ୱ ଭିନ୍ନକ୍ଷମ ଦିବସ ପାଳିତ
ଛତ୍ରପୁର, (ଦେବଦତ୍ତ ମହାରଣା):ଛତ୍ରପୁର ଏନଏସି ପକ୍ଷରୁ ବିଶ୍ୱ ଭିନ୍ନକ୍ଷମ ଦିବସକୁ ଏକ ଭିନ୍ନ ଢଙ୍ଗରେ ପାଳନ କରାଯାଇଛି । ଦିବ୍ୟାଙ୍ଗ ମାନେ ଅକ୍ଷମ ନୁହଁନ୍ତି ସେମାନେ ସକ୍ଷମ ଅଟନ୍ତି । ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରୁଛନ୍ତି ଏଭଳି ଦିବ୍ୟାଙ୍ଗ ମାନେ । ଏଣୁ ଏହି ଦିବ୍ୟାଙ୍ଗ ମାନଙ୍କୁ ରୋଜଗାରକ୍ଷମ କରିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । କାମୟାବ୍ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗଠନ କରାଯାଇ ବିଭିନ୍ନ କାର୍ଯ୍ୟ କରାଯାଉଛି । ଏହି ପରିପ୍ରେକ୍ଷୀରେ ଛତ୍ରପୁର ଏନଏସି ପକ୍ଷରୁ ଏନଏସି ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଏନ୍ ଗଣେଷ ବାବୁଙ୍କ ଅଧ୍ୟକ୍ଷତାରେ ଏକ ସମ୍ବର୍ଦ୍ଦନା କାର୍ଯ୍ୟକ୍ରମ ଏନଏସି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଏନଏସିର ପ୍ରଶାସନିକ ଅଧିକାରୀ ତଥା ଡିଆରଡିଏ ପିଡି ସିନ୍ଦେ ଦତ୍ତାତ୍ରେୟ ଭାଉ ସାହେବ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏନଏସିର ଜଣେ ଦିବ୍ୟାଙ୍ଗ କର୍ମଚାରୀଙ୍କ ସମେତ ୧୫ ଜଣ ଦିବ୍ୟାଙ୍ଗ ମାନଙ୍କୁ ଉପଢୌକନ ସହ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଦନା ପ୍ରଦାନ କରାଯାଇଥିଲା । ସମସ୍ତ କାର୍ଯ୍ୟକ୍ରମକୁ ଏନଏସିର କୃଷ୍ଣ ପ୍ରସାଦ ମହାପାତ୍ର ସଂଯୋଜନା କରିଥିବା ବେଳେ ସମସ୍ତ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।