ଛତ୍ରପୁର, ଗୋପାଳପୁର ଓ ଆସିକା ମହୋତ୍ସବର ପ୍ରସ୍ତୁତି ବୈଠକ

ଛତ୍ରପୁର : ଗଞ୍ଜାମ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଛତ୍ରପୁର, ଗୋପାଳପୁର ଓ ଆସିକା ମହୋତ୍ସବର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସମୟ, ସ୍ଥାନ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ନିର୍ଦ୍ଧାରଣ ପାଇଁ ଉକ୍ତ ବୈଠକ ଅନୁଷ୍ଠିତ ହୋଇଥିଲା । ଉତ୍ସବରେ ଜିଲ୍ଲାର ବିଭିନ୍ନ ଲୋକକଳା ପ୍ରଦର୍ଶନ, ମହିଳା ସଶକ୍ତିକରଣ ଏବଂ ଟ୍ରାଫିକ୍ ବ୍ୟବସ୍ଥା ଉପରେ ଆଲୋଚନା କରାଯାଇଥିଲା । ଗୋପାଳପୁର ମହୋତ୍ସବରେ ଗୋପାଳପୁରର ବିଧାୟକ ଡଃ. ପ୍ରଦୀପ କୁମାର ପାଣିଗ୍ରାହୀ, ଛତ୍ରପୁର ଲୋକକଳା ମହୋତ୍ସବ ପାଇଁ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଓ ଆସିକା ମହୋତ୍ସବ ପାଇଁ ଆସିକା ବିଧାୟିକା ମଞ୍ଜୁଳା ସ୍ୱାଇଁଙ୍କ ସଭାପତିତ୍ୱରେ ମହୋତ୍ସବ ଅନୁଷ୍ଠିତ ହେବ ।
ଗୋପାଳପୁର ମହୋତ୍ସବରେ ଜିଲ୍ଲା, ରାଜ୍ୟ ତଥା ଦେଶର ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେବ । ଜନ ସମାଗମକୁ ଦୃଷ୍ଟିରେ ରଖି ଟ୍ରାଫିକ୍ ବ୍ୟବସ୍ଥା ସୁଚାରୁରୂପେ ସମ୍ପାଦନ କରିବା ପାଇଁ ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକଙ୍କୁ ଜିଲ୍ଲାପାଳ କହିଥିଲେ । କାର୍ଯ୍ୟକ୍ରମ ଯେପରି ସୁନ୍ଦର ଭାବେ ହେବ ସେଥିପ୍ରତି ଦୃଷ୍ଟି ଦେବାକୁ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଥିଲେ ।
ଏହି ବୈଠକରେ ଆସିକା ଲୋକସଭା ସାଂସଦ ପ୍ରମିଳା ବିଷୋୟୀ, ଗୋପାଳପୁର ବିଧାୟକ ଡଃ. ପ୍ରଦୀପ କୁମାର ପାଣିଗ୍ରାହୀ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଆସିକା ବିଧାୟିକା ମଞ୍ଜୁଳା ସ୍ୱାଇଁ, ବ୍ରହ୍ମପୁର ଆରକ୍ଷୀ ଅଧୀକ୍ଷକ ପିନାକ ମିଶ୍ର, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଇଂ. ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଡ଼ୁଡ଼ା ପିଡ଼ି ସୁଦାମ ଚରଣ ମଣ୍ଡଳ, ବ୍ରହ୍ମପୁର ଉପଜିଲ୍ଲାପାଳ ସିନ୍ଦେ ଦତାତ୍ରୟ ଭାଉସାହେବ, ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ଜିଲ୍ଲା ସଂସ୍କୃତି ଅଧିକାରୀ ଟଙ୍କଧର ଭୋଇ, ଗୋପାଳପୁର କାର୍ଯ୍ୟନିର୍ବାହୀ ଅଧିକାରୀ ଉମାଶଙ୍କର ସେଠୀ, ଜିଲ୍ଲାର ସମସ୍ତ ବିଡିଓ, ତହସିଲଦାରଙ୍କ ସମେତ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ