ଛତ୍ରପୁର ଠାରେ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର୍
ଛତ୍ରପୁର-:ଗଞ୍ଜାମ ଜିଲ୍ଲା ଗସ୍ତ ଅବସରରେ ମଙ୍ଗଳବାର ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଙ୍କୁ ଛତ୍ରପୁର ସ୍ଥିତ ସର୍କିଟ୍ ହାଉସ ଠାର ପୁଲିସ ଗାର୍ଡ ଅଫ୍ ଅନର୍ ଦିଆଯାଇଛି । ପରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗଞ୍ଜାମ ଏସପି ବ୍ରିଜେଶ କୁମାର ରାୟ, ମହାମହିମ ରାଜ୍ୟପାଳଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ଜଣାଇଛନ୍ତି । ଅନ୍ୟ ମାନଙ୍କ ମଧ୍ୟରେ ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ଛତ୍ରପୁର ତହସିଲଦାର ନୀଳମାଧବ ଭୋଇ, ଗଞ୍ଜାମ ଅତିରିକ୍ତ ଏସପି ଠାକୁର ପ୍ରସାଦ ପାତ୍ର, ଛତ୍ରପୁର ଏସଡ଼ିପିଓ ଗୌତମ କିଶାନଙ୍କ ସମେତ ବହୁ ପୁଲିସ ଅଧିକାରୀମାନେ ଉପସ୍ଥିତ ଥିଲେ । ରାଜ୍ୟପାଳ ସେଠାରୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ କରାପଲ୍ଲୀ ଅଭିମୁଖେ ଯାତ୍ରା କରିଥିଲେ ।