ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ଯୁବ ରେଡକ୍ରସ୍ ପକ୍ଷରୁ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ

ଛତ୍ରପୁର, (ଦେବଦତ୍ତ ମହାରଣା) : ସ୍ଥାନୀୟ ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଯୁବ ରେଡକ୍ରସ୍ ପକ୍ଷରୁ ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା ଜିଲ୍ଲା ଯୁବ ରେଡକ୍ରସ ସଭାପତି କିଶୋର କୁମାର ବେହେରାଙ୍କ ପୌରହିତ୍ୟରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ରାଜ୍ୟ ଯୁବ ରେଡକ୍ରସ ଅଧିକାରୀ ଡା. ଅଜୟ କୁମାର ତ୍ରିପାଠୀ ଯୋଗଦେଇ କାର୍ଯ୍ୟକ୍ରମର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ । ସମ୍ମାନିତ ଅତିଥିଭାବେ ଓଡିଶା ରାଜ୍ୟ କନିଷ୍ଠ ରେଡକ୍ରସ୍ ଅଧିକାରୀ ଲକ୍ଷ୍ମଣ ସ୍ୱାଇଁ ଯୋଗ ଦେଇଥିଲେ । ଏଥିରେ ଜିଲ୍ଲାର ସମସ୍ତ କାର୍ଯ୍ୟକାରିଣୀ ସଦସ୍ୟ ଅଂଶଗ୍ରହଣ କରିଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଯୁବ ରେଡକ୍ରସ୍ ପରାମର୍ଶଦାତା ମନୋରଞ୍ଜନ ମହାରଣା ପରିଚାଳନା କରିଥିବା ବେଳେ ଅନ୍ୟତମ ପରାମର୍ଶ ଦାତା ଡା. ମିଲିମିତା ପାଢୀ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଶେଷରେ ଜଗନ୍ନାଥପ୍ରସାଦ ମହାବିଦ୍ୟାଳୟର ବରିଷ୍ଠ ପରାମର୍ଶଦାତା ଲୋକନାଥ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ