ଛତ୍ରପୁର ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟ ରେ ନୂଆ -ଓ ଯୋଜନା ଅଧୀନରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ):”ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ” ଏବଂ ଜଗନ୍ନାଥ ସଂସ୍କୃତି ର ପ୍ରଚାର ପ୍ରସାର ଲାଗି ଛତ୍ରପୁର ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟର ନୂତନ କ୍ୟାମ୍ପସ ପରିସରରେ ମହାବିଦ୍ୟାଳୟ ର ଅଧ୍ୟକ୍ଷା ଡ଼ଃ ସୁମିତା ମିଶ୍ର ଙ୍କ ଅଧ୍ୟକ୍ଷତାରେ ନୂଆ -ଓ ଆନୁକୁଲ୍ୟ ରେ ମହାବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ଛାତ୍ରୀ ମାନଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭା, ସୁଜନଶିଳତା ଓ ମୂଲ୍ୟବୋଧ ପ୍ରଦର୍ଶନ କରିବା ଲାଗି ଆୟୋଜିତ ଏହି ପ୍ରତିଯୋଗିତାରେ ଅତିଥି ଭାବେ ଉଚ୍ଚ ଶିକ୍ଷା ବିଭାଗର ଆଞ୍ଚଳିକ ନିର୍ଦେଶକ ଡ଼ଃ ସିଦ୍ଧାର୍ଥ ଶଙ୍କର ପାଢ଼ୀ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଉପ ସଚିବ ଡ଼ଃ କୂଳମଣି ଓଝା, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଆଞ୍ଚଳିକ ନିର୍ଦେଶକ ଡ଼ଃ ସୁଶାନ୍ତ କୁମାର ଦାଶ ପ୍ରମୁଖ ଯୋଗ ଦେଇ ଆୟୋଜିତ କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ l ଏହି ଅବସରରେ ଛାତ୍ରୀ ମାନଙ୍କ ମଧ୍ୟରେ କବିତା ଲିଖନ, ଖୁଦ୍ରଗଳ୍ପ ରଚନା, ପ୍ରବନ୍ଧ, ବକୃତା ଓ କାହାଣୀ, ଓଡ଼ିଆ ସାହିତ୍ୟ ଓ ଏହାର ମହତ୍ୱ ଉପରେ ଏକ ବିତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ଏହି ପ୍ରତିଯୋଗିତା ଆସନ୍ତା 24 ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ବେଳେ କୃତି ପ୍ରତିଯୋଗି ମାନଙ୍କୁ ପୁରସ୍କୃତ କରାଯିବାର କାର୍ଯ୍ୟକ୍ରମ ରହିଛି l ସମସ୍ତ କାର୍ଯ୍ୟକ୍ରମ କୁ ମହାବିଦ୍ୟାଳୟର ଅଧ୍ୟାପିକା କବିତା ସାହୁ, ଡ଼ଃ ସୁଜାତା ବେହେରା, ଦୀପ୍ତି ନନ୍ଦ, ଅଞ୍ଜଳି ସେଠି ଓ ଗୀତାଞ୍ଜଳି ସାମନ୍ତରାୟ ଙ୍କ ସମେତ ବହୁ ଛାତ୍ରୀ ଓ କର୍ମଚାରୀ ପରିଚାଳନା ରେ ସହଯୋଗ କରିଥିଲେ l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ