ଛତ୍ରପୁର ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ):ଛତ୍ରପୁର ମହିଳା ଡିଗ୍ରୀ ମହାବିଦ୍ୟାଳୟର ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ପଞ୍ଚମ ଦିବସ ଜ଼ିଲ୍ଲା ସଂସ୍କୃତି ଭବନ ଠାରେ ଦୁଇ ଦିନିଆ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଜ଼ିଲ୍ଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଛତ୍ରପୁର ଏନଏସି ଉପାଧ୍ୟକ୍ଷ ଜି. ପାପା ରାଓ,୧୦ନଂ ୱାର୍ଡ କାଉନସିଲର ଦେବାଶିଷ ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି l ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଓ କ୍ରୀଡା ଏବଂ ଯୁବ ବ୍ୟାପାର ବିଭାଗର ମିଳିତ ଆନୁକୁଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀ ମାନଙ୍କ ଅନ୍ତର୍ନିହିତ ପ୍ରତିଭାକୁ ଲୋକ ଲୋଚନକୁ ଅଣାଯାଇପାରିବ ଅତିଥିମାନେ କହିଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷା ଡ. ସୁମିତା ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ବିଗତ ଦୁଇଦିନର କାର୍ଯ୍ୟକ୍ରମର କୃତି ଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା l ଅଧ୍ୟାପିକା ଡ଼ ଯାଜ୍ଞସେନୀ ପାଣିଗ୍ରାହୀ କାର୍ଯ୍ୟକ୍ରମରେ ସଂଯୋଜନା କରିଥିବା ବେଳେ ଅଧ୍ୟାପିକା କବିତା ସାହୂ କାର୍ଯ୍ୟକ୍ରମ କୁ ସୁପରିଚାଳନା କରିଥିଲେ l ଏଥିରେ ମହାବିଦ୍ୟାଳୟ ର ଅଧ୍ୟାପିକା ଓ କର୍ମଚାରୀ ଦୀପ୍ତିନନ୍ଦ, ଅଞ୍ଜଳି ସେଠି ,ଡ ସୁଜାତା ବେହେରା, ସନ୍ତୋଷ ବିଷୋୟୀ, ଗୀତାଞ୍ଜଳି ସାମନ୍ତରାୟ , ଏମ.ଜନାର୍ଦନ ରାଓ, ବି . ଏଲେୟା ରେଡ୍ଡୀ ଏବଂ ପି.ନାଗମା ସହଯୋଗ କରିଥିଲେ l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ