ଛତ୍ରପୁର ରେ ଗଞ୍ଜାମ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

ଛତ୍ରପୁର, (ଦେବଦତ୍ତ ମହାରଣା):ସ୍ଥାନୀୟ ଜଉଗଡ ସମ୍ମିଳନୀ କକ୍ଷ ଠାରେ ଗଞ୍ଜାମ ଜିଲ୍ଲାପାଳ ଓ ଗଞ୍ଜାମ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଛତ୍ରପୁର ଉପଖଣ୍ଡ ସମେତ ଜିଲ୍ଲାର ବିଭିନ୍ନ ଅଂଚଳର ଜନ ସାଧାରଣ ମାନେ ଏହି ଶୁଣାଣୀରେ ଯୋଗ ଦେଇ ସେମାନଙ୍କ ଅଭିଯୋଗ ଗୁଡିକ ଜିଲ୍ଲାପାଳଙ୍କ ସହିତ ଅନ୍ୟାନ୍ୟ ଅଧିକାରୀ ମାନଙ୍କୁ ଭେଟି ଅବଗତ କରାଇଛନ୍ତି । ମୁଖ୍ୟତଃ ବାର୍ଦ୍ଧକ୍ୟ ଭତ୍ତା, ପାନୀୟ ଜଳ ସମସ୍ୟା, ଆବାସ ଗୃହ ଯୋଗାଇବା, ରାସନ କାର୍ଡ ଭଳି ବିଭିନ୍ନ ସାମୁହିକ ଅଭିଯୋଗ ଗୁଡିକ ଦେଖିବାକୁ ମିଳିଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଉପସ୍ଥିତ ରହି ଆଜି ୨୪୯ ଟି ଅଭିଯୋଗର ଶୁଣାଣୀ କରିଥିଲେ । ସେଥି ମଧ୍ୟରୁ ୨୩୭ ଟି ବ୍ୟକ୍ତିଗତ ହୋଇଥିବା ବେଳେ ୧୨ ଟି ସାମୁହିକ ଅଭିଯୋଗ ରହିଛି । କେତେକ ଅଭିଯୋଗ ଗୁଡିକର ଆଶୁ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ଅଭିଯୋଗ ଗୁଡିକର ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୮୮ ହଜାର ଟଙ୍କା ବିଭିନ୍ନ ହିତାଧିକାରୀ ମାନଙ୍କୁ ପ୍ରଦାନ କରାଯାଇଥିବା ବେଳେ ରେଡକ୍ରସ ପାଣ୍ଠିରୁ ୫ହଜାର ଟଙ୍କା ପ୍ରଦାନ କରାଯାଇଛି । ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଗଞ୍ଜାମ ଏସପି ଜଗମୋହନ ମୀନା, ବେଳେ ଗଞ୍ଜାମ ଜିଲ୍ଲା ପରିଷଦର ସିଡିଓ ଭି. କୀର୍ତ୍ତିଭାସନ୍‌, ଗଂଜାମ ଅତିରିକ୍ତ ଜିଲ୍ଲାପାଳ ଲୀନା କୁମାରୀ ଖେସ , ଡୁଡା ପିଡି ନୀଳମାଧବ ଭୋଇ, ଛତ୍ରପୁର ଏସଡିିପିଓ ଗୈାରହରୀ ସାହୁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ କଲ୍ୟାଣୀ ଦାସ, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ପୁଷା ମୁଣ୍ଡା, ଛତ୍ରପୁର ବିଡିଓ ସୁଶାନ୍ତ କୁମାର ବରାଳ, ଛତ୍ରପୁର ସହକାରୀ ଶ୍ରମ ଅଧିକାରୀ ବି. ହୃଷିକେଶ ରାଓ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଆବିଦା ପରବିନ୍‌, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁବୋଧ କୁମାର ଷଡଙ୍ଗୀ, ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଡାକ୍ତର ସୁଦର୍ଶନ ସାହୁ, ଗ୍ରୀଭେନ୍ସ ଅଧିକାରୀ ଦିପ୍ତୀମୟୀ ପାତ୍ରଙ୍କ ସମେତ ବହୁ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ । ପ୍ରାରମ୍ଭରେ ଛତ୍ରପୁର ଏନଏସିର ୩୫ଜଣ ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ଜିଲ୍ଲାପାଳ ଭତ୍ତା ବଣ୍ଟନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ