ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ୱାଗତ ସମାରୋହ

ବନ୍ତ, (ଚାନ୍ଦିନୀ ମହାନ୍ତି) :-ବନ୍ତ ଆଞ୍ଚଳିକ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷରେ ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ୱାଗତ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ପ୍ରାଧ୍ୟାପକ ରମେଶ ଚନ୍ଦ୍ର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ପ୍ରାଧ୍ୟାପକ ଡଃ.ଶୁଭେନ୍ଦ୍ର କୁମାର ମିଶ୍ର, ପ୍ରାଧ୍ୟାପକ ରାଜ କିଶୋର ଆଚାରୀ ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ ସଂପର୍କରେ ଆଲୋକପାତ କରିଥିଲେ । ପ୍ରାଧ୍ୟାପକ ଡଃ.ହୃଷିକେଶ ଗିରିଙ୍କ ପ୍ରତ୍ୟେକ୍ଷ ମାର୍ଗଦର୍ଶନରେ ଅନୁଷ୍ଠିତ ସମାବେଶରେ ରାଜନୀତି ବିଜ୍ଞାନ ବିଭାଗରେ ନୂତନ ଭାବେ ଯୋଗ ଦେଇଥିବା ଅଧ୍ୟାପକ ରଘୁନାଥ ପୃଷ୍ଟି, ଅଧ୍ୟାପିକା ସୁଶୀ ଆଶାରାଣୀ ଜେନାଙ୍କ ସମେତ ନୂତନ ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଛାତ୍ରୀ ବିଜୟଲକ୍ଷ୍ମୀ ଶତପଥି ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ମାନେ ଯୋଗ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ