ଛାତ୍ରଛାତ୍ରୀମାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) :ଗଜପତି ଜିଲ୍ଲା ପ୍ରଶାସନ ତରଫରୁ ୨୦୨୦-୨୦୨୧ ଶିକ୍ଷାବର୍ଷରେ ଉଚ୍ଚ ମାଧ୍ୟମିକ ପରୀକ୍ଷା ଏବଂ କେନ୍ଦ୍ରୀୟ ଉଚ୍ଚ ମାଧ୍ୟମକି ପରୀକ୍ଷାରେ ସର୍ବ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ସମ୍ବର୍ଦ୍ଧନା ଦିଆଯାଇଥିଲା । ଆୟୋଜିତ ଉତ୍ସବରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ, ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମନରଂଜନ ଦଳାଇ ପ୍ରମୁଖଙ୍କ ସହ ସମ୍ପୃକ୍ତ ବିଦ୍ୟାଳୟର ଅଧ୍ୟକ୍ଷ ଓ ଅଧ୍ୟକ୍ଷା, ଛାତ୍ରଛାତ୍ରୀ, ଅଭିଭାବକମାନଙ୍କ ଉପସ୍ଥିତିରେ ଜିଲ୍ଲାର ସର୍ବଚ୍ଚୋ ସ୍ଥାନ ହାସଲ କରିଥିବା ୧୪ଜଣ ଛାତ୍ରଛାତ୍ରୀଙ୍କୁ ଉତ୍ସବରେ ସମ୍ବର୍ଦ୍ଧିତ କରାଯାଇଥିଲା ।


