ଛାତ୍ରୀ ଆତ୍ମରକ୍ଷା ପ୍ରଶିକ୍ଷଣ ଉଦଯାପିତ

ଗାଙ୍ଗପୁର, (ସନ୍ତୋଷ ବିଶୋଇ) :-ବେଲଗୁଣ୍ଠା ବ୍ଳକ୍ ଗୋବରା ସ୍ଥିତ ପ୍ରଫୁଲ୍ଲ କୁମାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀ ମାନଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଉଦଯାପିତ ହୋଇଯାଇଛି |ଏଥିରେ ଅଧ୍ୟକ୍ଷତା କରି ଅନୁଷ୍ଠାନର ଅଧ୍ୟକ୍ଷା ମାମା ପରିଡ଼ା ସାମ୍ପ୍ରତିକ ପରିସ୍ଥିତିରେ ଏହାର ଆବଶ୍ୟକତା ସମ୍ପର୍କରେ ଆଲୋକପାତ କରିଥିଲେ | ଇତିହାସ ବିଭାଗ ଅଧ୍ୟାପକ ସନ୍ତୋଷ କୁମାର ବିଶ୍ୱାଳ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଅଧ୍ୟାପକ କୈଳାସ ଚନ୍ଦ୍ର ପାଢୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ I ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ | ପ୍ରଶିକ୍ଷିକା ଭାବେ ସୁନିତା କୁମାରୀ ସେଠୀ ଏବଂ ସୁରଭି ବେହେରା ଯୋଗ ଦେଇ ଛାତ୍ରୀ ମାନଙ୍କ ସହ ଆତ୍ମରକ୍ଷାର ବିଭିନ୍ନ କୌଶଳ ପ୍ରଦର୍ଶନ କରିଥିଲେ I କାର୍ଯ୍ୟକ୍ରମରେ ଅନୁଷ୍ଠାନର ଅନ୍ୟ ଅଧ୍ୟାପକ, ଅଧ୍ୟାପିକା ଏବଂ କର୍ମଚାରୀମାନେ ସହଯୋଗ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ