ଜଉଗଡ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଏସପିଙ୍କ ଅଭିଯୋଗ ଶୁଣାଣୀ

ଛତ୍ରପୁର, (ଦେବଦତ୍ତ ମହାରଣା):ସ୍ଥାନୀୟ ଜଉଗଡ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଓ ଗଞ୍ଜାମ ଏସପି ଜଗମୋହନ ମୀନା ଉପସ୍ଥିତ ରହି ରାସନ କାର୍ଡ, ଆବାସ ଯୋଜନାରୁ ବାଦ ପଡିଥିବା, ବିଭିନ୍ନ ଭତ୍ତା, ସ୍ୱାସ୍ଥ୍ୟ, ଶିକ୍ଷା ଭଳି ୧୬୧ ଟି ଅଭିଯୋଗର ଶୁଣାଣୀ କରିଥିଲେ । ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭି. କିର୍ତ୍ତୀ ଭାସନ୍‌, ଡୁଡା ପିଡି ନୀଳମାଧବ ଭୋଇ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଲିନା କୁମାରୀ ଖେସ୍ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗର ଶୁଣାଣୀ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ